ଆନନ୍ଦପୁର, ୧୩/୦୮ : ପାରିବାରିକ କଳହକୁ ନେଇ ବିଷ ପିଇଲେ ବୃଦ୍ଧ ଦମ୍ପତି। ଯାଜପୁର ଜିଲ୍ଲା କୋରେଇ ଥାନା ରାଉତପଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବିଷ ପିଇ ବୃଦ୍ଧାଙ୍କର ମୃତ୍ୟୁ ଘଟିଥିବା ବେଳେ ବୃଦ୍ଧ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ସୂଚନାନୁଯାୟୀ, ସୋମବାର ବିଳମ୍ଵିତ ରାତିରେ ରାଉତପଡା ଗ୍ରାମର ଉମାମଣି ବେହେରା ଏବଂ ସ୍ୱାମୀ ବାବାଜୀ ବେହେରା ପାରିବାରିକ କଳହକୁ ନେଇ ବିଷ ପିଇ ଦେଇଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉମାମଣିଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ସ୍ୱାମୀ ବାବାଜୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।