ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଏସ୍‌ସି/ଏସ୍‌ଟି ମେଡିକାଲ, ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ଫି’ ଛାଡ଼: କୋର୍ସ ଫି’ ଫେରସ୍ତ କରାଯିବ

ଭୁବନେଶ୍ୱର,୦୧/୦୯: ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଏସ୍‌ଟି ଓ ଏସ୍‌ସି ଛାତ୍ରଛାତ୍ରୀଙ୍କୁ କୋର୍ସ ଫି ଫେରସ୍ତ କରାଯିବ । ନାମଲେଖା ଦେୟ, ସିଟ୍‌ ଗ୍ରହଣ ଦେୟ, ପ୍ରାରମ୍ଭିକ ଜମା, ବାର୍ଷିକ ପାଠ୍ୟକ୍ରମ ଫି (ଟ୍ୟୁସନ୍‌ ଫି ଏବଂ ଅନୁଷ୍ଠାନର ସମସ୍ତ ବାଧ୍ୟତାମୂଳକ ଦେୟ), ହଷ୍ଟେଲ୍‌ ନାମଲେଖା ଦେୟ ଏବଂ ବାର୍ଷିକ ହଷ୍ଟେଲ୍‌ ଓ ମେସ୍‌ ଚାର୍ଜ ଛାଡ଼ କରାଯିବ । ଏ ସମସ୍ତ ଖର୍ଚ୍ଚ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ କରାଯିବ । ଏଥିସହ ସହ ପାଠପଢ଼ା ପାଇଁ ସମସ୍ତ ଆନୁଷଙ୍ଗିକ ଖର୍ଚ୍ଚ ତଥା ବହି, ଅଧ୍ୟୟନ ସାମଗ୍ରୀ କୋଚିଂ, ଟ୍ୟୁଟୋରିଆଲ୍‌ ଖର୍ଚ୍ଚ ବହନ କରିବ ବିଭାଗ । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା (ଏମ୍‌ଏମ୍‌ସିପିୱାଇ)ରେ ଏହି ଆର୍ଥିକ ସହାୟତା ପ୍ରଦାନ କରାଯିବ । 

ଏମ୍‌ଏମ୍‌ସିପିୱାଇ ଅଧୀନରେ ସରକାରୀ ଶିକ୍ଷାନୁଷ୍ଠାନରେ ଏମ୍‌ବିବିଏସ୍‌ ଏବଂ ଇଞ୍ଜିନିୟରିଂ (ବିଟେକ୍‌ ଓ ଏମ୍‌ଟେକ୍‌) ପଢ଼ୁଥିବା ଏସ୍‌ସି ଓ ଏସ୍‌ଟି ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ ଅବଧିର ସମ୍ପୂର୍ଣ୍ଣ କୋର୍ସ ଫି ଅନ୍ତର୍ଭୁକ୍ତ କରାଯିବ । ୨୦୨୩-୨୪ ଶିକ୍ଷା ବର୍ଷରୁ ଏହାକୁ ଲାଗୁ କରାଯିବ । ଅନୁଷ୍ଠାନର ଡିନ୍‌ ତଥା ମୁଖ୍ୟ ଏବଂ ଛାତ୍ରଛାତ୍ରୀଙ୍କ ସ୍ୱାକ୍ଷରିତ ଏ ସମସ୍ତ ଖର୍ଚ୍ଚକୁ ଏହି ଯୋଜନା ଅଧୀନରେ ଭରଣା କରିବାକୁ ଜିଲ୍ଲାପାଳଙ୍କ ପାଖକୁ ପଠାଯିବ । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ପାଠପଢ଼ା ଖର୍ଚ୍ଚ ବହନ କରାଯିବ । ଏନେଇ ବିଭାଗୀୟ ସଚିବ ରୂପା ରୋଶନ ସାହୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ।

Copyright © 2022 - Summa Real Media Private Limited. All Rights Reserved.