ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ନାବାଳକ ହତ୍ୟା ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

ମନମୁଣ୍ଡା ୧୫/୯: ୨୦୧୮ ମସିହାର ଏକ ନାବାଳକ ହତ୍ୟା ମାମଲାର ଶୁଣାଣି କରି କଣ୍ଟାମାଳ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶିବ ପ୍ରସାଦ ମହାପାତ୍ର ଆଜି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ଏତବ୍ୟତୀତ ଅଭିଯୁକ୍ତକୁ ୫୦ ହଜାର ଟଙ୍କା ଜରିମାନା ମଧ୍ୟ ଶୁଣାଇଛନ୍ତି। ଜରିମାନା ଅନାଦେୟରେ ଅଭିଯୁକ୍ତକୁ ଆହୁରି ଅଧିକ ୧ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ କରାଯାଇଛି। ଅଭିଯୁକ୍ତ ଜଣକ କଣ୍ଟାମାଳ ଥାନା ଶ୍ରୀମାଲ ଗ୍ରାମର ଗଡିସ ରଣା ବୋଲି ଜାଣିବାକୁ ମିଳିଛି। 
କଣ୍ଟାମାଳ ଥାନା କେସ ନଂ ୨୨/୧୮ ରେ ରୁଜୁ ହୋଇ ମାମଲାଟି କଣ୍ଟାମାଳ ଏଡିଜେ କୋର୍ଟରେ ଏସ ଟି କେସ ନଂ ୫୦/୧୮ ରେ ପଞ୍ଜୀକୃତ ହୋଇ ବିଚାରାଧୀନ ଥିଲା। ୨୧ ଜଣ ସାକ୍ଷ୍ୟଙ୍କ ବୟାନ ଓ ୨୭ ଟି ପ୍ରମାଣ ସିଦ୍ଧ ଦସ୍ତାବିଜ୍ ତଥା ୩ଟି ଗୁରୁତ୍ୱପୂର୍ଣ୍ଣ ପଦାର୍ଥ ଆଧାରରେ ମାନ୍ୟବର ଅଦାଲତ ଅଭିଯୁକ୍ତକୁ  ଆଇପିସି  ଧାରା ୩୦୪ ପ୍ରଥମ ଭାଗରେ ଦୋଷୀ ସାବ୍ୟସ୍ତ କରି ଦୃଷ୍ଟାନ୍ତ ମୂଳକ କଠୋର ଦଣ୍ଡାଦେଶ ଶୁଣାଇଛନ୍ତି। ପ୍ରକାଶଥାଉକି, ୨୦୧୮ ମସିହା ଫେବୃଆରୀ ୩ ତାରିଖରେ ଶଙ୍କର ମାହାର ନିଜ ସାନ ପୁଅ ସୁମନ୍ତ ନିଖୋଜ ଥିବା ନେଇ କଣ୍ଟାମାଳ ଥାନାରେ ଏତଲା ଦେଇଥିଲେ। ପରବର୍ତ୍ତୀ ସମୟରେ ମହିବିଲା ଗ୍ରାମ ନିକଟସ୍ଥ ପାପିତୋଲା ଡୁଙ୍ଗୁରି ଠାରେ ନିଖୋଜ ସୁମନ୍ତ(୧୨) ର ମୃତଦେହ ମିଳିଥିଲା। ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ଦୂତୀଆ ଚରଣ ସାହୁ ଏହି ମାମଲା ପରିଚାଳନା କରୁଥିଲେ। କଣ୍ଟାମାଳରେ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ କୋର୍ଟ ହେବା ପରଠାରୁ ଅନେକ ଗୁରୁତ୍ଵପୂର୍ଣ୍ଣ ମାମଲା ତୁରନ୍ତ ଫଇସଲା ହେଉଥିବା ଦେଖିବାକୁ ମିଳିଛି।

Copyright © 2022 - Summa Real Media Private Limited. All Rights Reserved.