ପ୍ରମୂଖ ଖବର
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ପଦ୍ମ ପୁରସ୍କାର ବିଜେତା ପ୍ରଫେସର ଅଶୋକ ମହାପାତ୍ରଙ୍କ ସୌଜନ୍ୟମୂଳକ ସାକ୍ଷାତ

Published By : Prameya | May 3, 2025 6:11 PM

ଭୁବନେଶ୍ୱର, ୩/୫ : ୨୦୨୫ର ପଦ୍ମଶ୍ରୀ ବିଜେତା ପ୍ରଫେସର ଅଶୋକ କୁମାର ମହାପାତ୍ର ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଗତ ୨୮ ତାରିଖରେ ନୂଆଦିଲ୍ଲୀସ୍ଥ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପ୍ରଫେସର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। 

ଭେଷଜ ବିଜ୍ଞାନ କ୍ଷେତ୍ରରେ ନିଜର ଅବଦାନ ପାଇଁ ପ୍ରଫେସର ମହାପାତ୍ରଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଦେଶର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ମହାପାତ୍ର ସୋଆର ପୂର୍ବତନ କୁଳପତି ଭାବେ ଦାୟିତ୍ୱ ତୁଲାଇ ସାରିଥିବାବେଳେ ବର୍ତ୍ତମାନ ବିଶ୍ୱବିଦ୍ୟାଳୟର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦବୀରେ ଅଧିଷ୍ଠିତ ଅଛନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଇଥିବା ପ୍ରଫେସର ମହାପାତ୍ର ଭୁବନେଶ୍ୱର ଏମ୍ସର ମଧ୍ୟ ପ୍ରଥମ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଶ୍ୱର ଶ୍ରେଷ୍ଠ ୫ଜଣ ନ୍ୟୁରୋସର୍ଜନଙ୍କ ମଧ୍ୟରେ ତାଙ୍କୁ ମାନ୍ୟତା ଦିଆଯାଇଛି। 

ନୂଆଦିଲ୍ଲୀରୁ ଫେରିବା ପରେ ପ୍ରଫେସର ମହାପାତ୍ର ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟି ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିଭିନ୍ନ ଆଲୋଚନା କରିଥିଲେ। ପ୍ରଫେସର ନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.