ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପୂର୍ବ ଶତ୍ରୁତାକୁ ନେଇ ଗଡ଼ିଲା ମୁଣ୍ଡ, ବୃଦ୍ଧଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସମ୍ପର୍କୀୟ ଭାଇ

Published By : Harapriya Sethi | April 13, 2025 1:13 PM

ଭୁବନେଶ୍ୱର, ୧୩/୦୪: ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ହଳଦୀ ପଞ୍ଚାୟତ କର୍ଲାପିଟା ଗାଁରେ ଅଭାବନୀୟ ଘଟଣା ଘଟିଛି । ଗାଁରେ ଷୋହଳ ପ୍ରହରୀ ନାମଯଜ୍ଞ ଚାଲୁଥିବା ବେଳେ ବୃଦ୍ଧଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି । ଏହି ଘଟଣାରେ ଅଭିଯୁକ୍ତ ପୁରନ୍ଦର ଧରୁଆକୁ ପୋଲିସ ଗିରଫ କରିଛି 

ସୂଚନା ମୁତାବକ, ଗାଁରେ ଷୋହଳ ପ୍ରହରୀ ନାମଯଜ୍ଞ ଚାଲିଥିଲା। ଆଧ୍ୟାତ୍ମିକ ପରିବେଶରେ ମସଗୁଲ ଥିଲେ ଗାଁ ଲୋକେ । ଜେଲ୍ ଯାଇ ଫେରିଥିବା ପୁରନ୍ଦର ଧରୁଆ ନାମଯଜ୍ଞ ଦେଖୁଥିବା ବିଭୀଷଣ ଧରୁଆକୁ ଅତର୍କିତ ଭାବେ ଠେଙ୍ଗାରେ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବିଭୀଷଣ ଧରୁଆଙ୍କ ମୃତ୍ୟୁ ଘଟିଛି । ଖବର ପାଇ ମୁରିବାହାଲ ପୋଲିସ, କଣ୍ଟାବାଞ୍ଜି ଏସଡ଼ିପିଓ, ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ କରିଛି । ହତ୍ୟାକାରୀ ପୁରନ୍ଦର ଧରୁଆକୁ ପୋଲିସ ଗିରଫ କରିଛି । ତେବେ ପୂର୍ବରୁ ହତ୍ୟାକାରୀର ବିଭିନ୍ନ ସମୟରେ ମୃତକଙ୍କ ସହିତ ମାରପିଟ, କଳି ଝଗଡା ଲାଗି ରହୁଥିଲା । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ସୂଚନାରୁ ଜାଣିବାକୁ ପାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.