ପ୍ରମୂଖ ଖବର
  • ସେପ୍ଟେମ୍ବର ୩୦ରୁ ମହିଳା ଦିନିକିଆ ବିଶ୍ୱକପ୍, ଭାରତ-ଶ୍ରୀଲଙ୍କା କରିବେ ଆୟୋଜନ
  • ||
  • କଟକ: ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Ankita S | June 2, 2025 12:10 PM

ନୂଆଦିଲ୍ଲୀ,୦୨/୦୬: ପୁଣି କଡ଼ ଲେଉଟାଇଛି କରୋନା । ଦିନକୁ ଦିନ ସଂକ୍ରମଣ ବଢୁଛି । ଭୟ ଘାରୁଛି । ପୁଣି ପେରିବ କି ମାସ୍କ ? ଫେରିବ କି କଟକଣା ? ଦେଶରେ ୪ ହଜାର ମୁହାଁ ହୋଇଛି ସଂକ୍ରମଣ ମାମଲା । ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ବର୍ତ୍ତମାନ ଦେଶରେ ୩୭୫୮ ପଜିଟିଭ କେସ୍‌ ରହିଛି । ମୃତକଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି । ରାଜଧାନୀ ଦିଲ୍ଲୀରେ ମୋଟ ୪୩୬ ମାମଲା ରହିଛି । ଗତ ୨୪ ଘଣ୍ଟାରେ ଦେଶରେ ୨୦୩ ନୂଆ ମାମଲା ସାମ୍ନାକୁ ଆସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ,କୋଭିଡ଼-୧୯ର ନୂଆ ଭାରିଏଣ୍ଟ ମାମଲା ଧିରେ ଧିରେ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୦୩ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଯେଉଁଥିରେ ଜଣେ ଦିଲ୍ଲୀ, ଜଣେ ତାମିଲାନାଡୁ, ଜଣେ ମହାରାଷ୍ଟ୍ର ଓ  କେରଳରୁ ରହିଛନ୍ତି । ଦିଲ୍ଲୀର ଜଣେ ୨୨ ବର୍ଷୀୟ ଯୁବତୀଙ୍କର ମୃତ୍ୟୁ ହୋଇଛି । ସେ ଟିବି  ଓ ଯକୃତ ସମସ୍ୟାରେ ପୀଡିତ ଥିଲେ । ତାମିଲନାଡୁରେ ୨୫ ବର୍ଷୀୟ ଯୁବକ ଓ ମହାରାଷ୍ଟ୍ରରେ ୪୪ ବର୍ଷୀୟ  ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ଦେଶରେ ବର୍ତ୍ତମାନ ୩୯୬୧ ସକ୍ରିୟ ମାମଲା ରହିଛି । ଗତ ୨୪ ଘଣ୍ଟାରେ ୩୭୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୪୩୫ ମାମଲା ସହ କେରଳ ଆଗରେ ରହିଛି । ମହାରାଷ୍ଟ୍ରରେ ୫୦୬, ଦିଲ୍ଲୀରେ ୪୮୩, ଗୁଜରାଟରେ ୩୩୮ ଓ ପଶ୍ଚିମବଙ୍ଗରେ ୩୩୧ ସଂକ୍ରମଣ ମାମଲା ରହିଛି ।

ଓମିକ୍ରନର ସବଭାରିଏଣ୍ଟ LF.7,XFG,JN.1 ଏବଂ NB.1.8.1 କାରଣରୁ ସଂକ୍ରମଣ ବଢୁଛି । ଯଦିଓ ନୂଆ ଭାରିଏଣ୍ଟ ମାରାତ୍ମକ ନୁହେଁ କିନ୍ତୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହସ୍ପିଟାଲଗୁଡିକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଭାରିଏଣ୍ଟ ମାରାତ୍ମକ ନୁହେଁ ବୋଲି କହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.