ପ୍ରମୂଖ ଖବର
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବାରବାଟୀ ଷ୍ଟାଡିୟମରେ ସ୍ଥିତି ପରଖିଲେ CP-DCP, ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଉପରେ ଜୋର୍

Published By : Rasmita Pradhan | January 24, 2025 2:11 PM

କଟକ, ୨୪/୦୧ : ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍। ଏହା ପୂର୍ବରୁ ଆଜି ଷ୍ଟାଡିୟମର ସ୍ଥିତି ପରଖିଛନ୍ତି ସିପି, ଡିସିପି ଏବଂ ମୁଖ୍ୟ ଅଗ୍ନିଶମ ଅଧିକାରୀ। ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମ୍‌ରେ ୫୦ ହଜାର ଭଳି ଲୋକଙ୍କ ସମାଙ୍ଗମ ହେବ। ତେଣୁ ଷ୍ଟାଡିୟମ୍‌ ପରିସରରେ କିପରି ଶୃଙ୍ଖଳା ବଜାୟ ରହିବ ଏବଂ ଟିକେଟ୍ ବିକ୍ରି ପାଇଁ କୌଣସି ସମସ୍ୟା ରହିବ ନାହିଁ ତା ଉପରେ ପୋଲିସ କମିଶନର ଜୋର ଦେଇଛନ୍ତି। ଏହା ବ୍ୟତୀତ ପାର୍କିଂ ଏବଂ ଅଗ୍ନି ନିରାପତ୍ତା ବାବଦରେ ମଧ୍ୟ ପୋଲିସ କମିଶନର ସମୀକ୍ଷା କରିଛନ୍ତି । 

ଏହି ଖବରଟିକୁ ପଢନ୍ତୁ-ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ସେପଟେ ଆସନ୍ତା ୨୮ ଓ ୨୯ ତାରିଖରେ ଓସିଏ ଅନୁବନ୍ଧିତ କ୍ଲବମାନଙ୍କୁ ଟିକେଟ୍ ଦିଆଯିବ। ୬ ଓ ୭ ତାରିଖରେ ସାଧାରଣ ଲୋକଙ୍କୁ ଟିକେଟ୍ ବିକ୍ରି ହେବ । ତେଣୁ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଉପରେ ଡିସିପି ଜୋର୍ ଦେଇଛନ୍ତି। ବିଶେଷ କରି କରି କେତୋଟି କାଉଣ୍ଟର ହେବ, ସେଥିରେ କେତେ ଟିକେଟ ଉପଲବ୍ଧ ହେବ, ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ କି ପ୍ରକାରର ବ୍ୟବସ୍ଥା କରାଯିବ, ସେନେଇ ଆଜି ଓସିଏ କର୍ତ୍ତୃପକ୍ଷଙ୍କ ସହ ପୋଲିସ ଆଲୋଚନା ମଧ୍ୟ କରିଛି। 

ଭାରତ-ଇଂଲଣ୍ଡ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଫେବ୍ରୁଆରୀ ୯ ତାରିଖରେ ବାରବାଟୀ  ଷ୍ଟାଡିୟମରେ ଖେଳାଯିବ । ଆୟୋଜକ ଓଡ଼ିଶା  କ୍ରିକେଟ ଆସୋସିଏସନ୍‌ (ଓସିଏ)  ଏନେଇ ପ୍ରସ୍ତୁତି ଚୁଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଟିକେଟ୍ ବୁକିଂ ନେଇ ତାରିଖ ଘୋଷଣା କରିଛି ଓସିଏ। ଓସିଏ ଅନୁବନ୍ଧିତ ସଂସ୍ଥା ଗୁଡ଼ିକୁ ଆସନ୍ତା ୨୮ ଓ ୨୯ ରେ ବିକ୍ରି କରାଯିବ । ସେହିଭଳି ସାଧାରଣ ଲୋକଙ୍କ ପାଇଁ ଫେବ୍ରୁଆରୀ ୬ ଏବଂ ୭ ତାରିଖରେ ଅନ୍‌ଲାଇନ୍ ଏବଂ ଅଫ୍‌ଲାଇନ୍‌ରେ ଟିକେଟ୍ କିଣିପାରିବେ। ଗତ ଡିସେମ୍ବର ୨୯ ତାରିଖରେ  ଓସିଏର ବାର୍ଷିକ ସାଧାରଣ ବୈଠକ  ବସିଥିଲା । ବୈଠକରେ ପୂର୍ବ ଘୋଷିତ  ଟିକେଟ୍‌ ମୂଲ୍ୟ ହ୍ରାସ କରାଯିବା ନେଇ  ନିଷ୍ପତ୍ତି ହୋଇଥିଲା । ଗ୍ୟାଲେରୀ ୧ ଓ ୩  ନଂ ମୂଲ୍ୟ ୧୨୦୦ ଟଙ୍କା ରହିଥିଲା, ତାହା  ୧୦୦ ଟଙ୍କା ହ୍ରାସ ହୋଇ ୧୧୦୦ ଟଙ୍କା  କରାଯାଇଛି । ସେମିତି ଗ୍ୟାଲେରୀ ୫ର  ମୂଲ୍ୟ ୧୫୦୦ରୁ ୧୨୦୦ ଟଙ୍କା, ଗ୍ୟାଲେରୀ  ୨ ଓ ୪ର ମୂଲ୍ୟ ୧୦୦୦ରୁ ୯୦୦ ଟଙ୍କା,  ଗ୍ୟାଲେରୀ ୭ର ମୂଲ୍ୟ ୮୦୦ରୁ ୭୦୦  ଟଙ୍କା, ସ୍ପେଶିଆଲ ଏନକ୍ଲୋଜର ୭୦୦୦ରୁ  ୬୦୦୦ ଟଙ୍କା, ଏସି ଗ୍ୟାଲେରୀ ବକ୍ସ  ୯୦୦୦ରୁ ୮୦୦୦ ଟଙ୍କା, କର୍ପୋରେଟ  ବକ୍ସ ୨୦୦୦୦ ଟଙ୍କା ଏବଂ ନ୍ୟୁପାଭିଲିୟନ  ୧୦୦୦୦ ଟଙ୍କା ରଖାଯାଇଛି । କାଉଣ୍ଟରରେ ଦର୍ଶକଙ୍କୁ ମ୍ୟାଚ୍‌ର ଦୁଇ ଦିନ ପୂର୍ବରୁ ଟିକେଟ୍‌ ବିକ୍ରି କରାଯିବ । ଏଥିପାଇଁ କମିଶନ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.