ଭୁବନେଶ୍ବର, ୨୯।୧୦ :  ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ରାତି ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇ ପାରିବେନି। 

ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟର ୧୦୦ ମିଟରରେ ବାଣ  ଫୁଟାଇବାକୁ ମନା ମରାଯାଇଛି। ସେହିପରି ଧାର୍ମିକ ଅନୁଷ୍ଠାନର ଶହେ ମିଟର ପରିଧି ମଧ୍ୟରେ ବି ବାଣ ଫୁଟାଯିବନି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ  ପରାମର୍ଶ ଦିଆଯାଇଛି।  ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର କରିବାକୁ ମନା କରାଯାଇଛି।