ପ୍ରମୂଖ ଖବର
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଘଣ୍ଟା ପ୍ରତି ୧୩ କି.ମି ବେଗରେ ମାଡି ଆସୁଛି ଦାନା, ପାରାଦୀପ ଠାରୁ ରହିଛି ୬୦ କି.ମି ଦୂରରେ

Published By : Suraj Kumar | October 24, 2024 10:46 PM

ଭୁବନେଶ୍ବର, ୨୪।୧୦ : ବାତ୍ୟା ଦାନା  ଉପକୂଳ ମୁହାଁ ହୋଇ  ମାଡିଆସୁଛି।  ଘଣ୍ଟା ପ୍ରତି ୧୩  କି.ମି ବେଗରେ  ଏହା ଗତି କରୁଛି।   ବର୍ତ୍ତମାନ ବାତ୍ୟା ପାରାଦ୍ବୀପ ଠାରୁ ୬୦  କି.ମି ଓ   ଧାମରା ଠାରୁ  ୮୦ କି.ମି ଦୂରରେ ରହିଛି। ଉତ୍ତର- ଉତ୍ତର ପଶ୍ଚମ ଦିଗକୁ ଗତି କରୁଛି। ରାତି ଯେତିକି ବଢୁଛି   ବାତ୍ୟା ଦାନା ସେତିକି ନିକଟ ସ୍ଥଳଭାଗ  ହେଉଛି। ଗୁରୁବାର ମଧ୍ୟରାତ୍ରରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ। ‌ 

ତେବେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ରହିପାରେ। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି ରହିବ। ପୁରୀ ଓ କଟକରେ ଘଣ୍ଟାପ୍ରତି ୬୦ରୁ ୮୦କିମି ପବନ ହେବାକୁ ଥିବାବେଳେ ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ୭୦ କିଲୋମିଟର  ରହିବାର ସମ୍ଭାବନା ରହିଛି।

ବାତ୍ୟା ଦାନା ପାଇଁ ଗୁରୁବାର    ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ଉକ୍ତ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେହିସବୁ ଜିଲ୍ଲାଗୁଡିକ ହେଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ।

ସେହିପରି  ୫ଟି ଜିଲ୍ଲାକୁ  ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେହି ସବୁ ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ ଓ ଢେଙ୍କାନାଳ। ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଏବଂ କନ୍ଧମାଳକୁ ୟେଲୋ ଓ୍ବାର୍ଣ୍ଣିଂ  ଜାରି କରାଯାଇଛି। 

ସେହିପରି ଶୁକ୍ରବାର ୯ ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ଯାଜପୁର, ଭଦ୍ରକ, ପୁରୀ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.