ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାତ୍ୟା ନେଇ ରାଜ୍ୟ ସରକାରଙ୍କ ବୈଠକ: ଗର୍ଭବତୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅ, ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ

Published By : Prameya | October 21, 2024 8:22 AM

ଭୁବନେଶ୍ୱର,୨୧/୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଏକ  ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଶାସନ ସଚିବ ମନୋଜ  ଆହୁଜାଙ୍କ ସମେତ ଏସ୍‌ଆରସି ଦେଓରଞ୍ଜନ କୁମାର ସିଂ, ଉନ୍ନୟନ କମିସନର ଅନୁ ଗର୍ଗ  ଓ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହି ରଣନୀତି ପ୍ରସ୍ତୁତ କରିଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା  ଥିବାରୁ ସେଥିପାଇଁ କ’ଣ ସବୁ ବ୍ୟବସ୍ଥା କରାଯିବ ତାକୁ ନେଇ ଆଲୋଚନା କରାଯାଇଛି ।  

ବାତ୍ୟା ଓ ଏହାର ପରବର୍ତ୍ତୀ ସମୟରେ ସ୍ୱାସ୍ଥ୍ୟ  ପରିଚାଳନା ସବୁଠାରୁ ବଡ଼ ଚାଲେଞ୍ଜ । ତେଣୁ ବାତ୍ୟା ପ୍ରଭାବିତ ଲୋକଙ୍କ ପାଖରେ  କିଭଳି ଔଷଧ ପହଞ୍ଚାଯାଇପାରିବ, ଏହାସହ କିଛି ଅଘଟଣ ଘଟିଲେ ଲୋକମାନଙ୍କୁ  କିଭଳି ତୁରନ୍ତ ଡାକ୍ତରଖାନାକୁ ଅଣାଯାଇ ଚିକିତ୍ସା କରାଯାଇପାରିବ ତା ଉପରେ  ସ୍ୱାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଇଛି । ବାତ୍ୟାବେଳେ ଗର୍ଭବତୀଙ୍କ ସୁରକ୍ଷା, ବାତ୍ୟା  ପରେ ଡାଇରିଆ ହେଲେ ତାର କିପରି ମୁକାବିଲା କରାଯାଇପାରିବ ତା’ ଉପରେ  ସ୍ୱାସ୍ଥ୍ୟ ବିଭାଗ ନଜର ରଖିଛି । ସମସ୍ତ ପ୍ରକାର ଔଷଧ ମହଜୁଦ ରଖିବା ପାଇଁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବାତ୍ୟା ବେଳେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଲେ ଡାକ୍ତରଖାନାରେ ଜେନେରେଟର୍‌ ଚଳାଇ କିଭଳି ଚିକିତ୍ସା କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.