ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା

Published By : Suraj Kumar | October 23, 2024 6:27 PM

ଭୁବନେଶ୍ୱର,୨୩।୧୦ :   ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ଦାନା।  ପାରାଦୀପ ଠାରୁ ୪୬୦ କି.ମି ଓ ଧାମରାରୁ ୪୯୦ କିଲୋମିଟର ଦୂରରେ  ରହିଛି ଦାନା। ଏହା ଘନୀଭୂତ ହୋଇ ଗୁରୁବାର ସକାଳେ ଭୀଷଣ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି।  ତେବେ ଗୁରୁବାର ସନ୍ଧ୍ୟାରେ ଓଡ଼ିଶା ଉପକୂଳରେ ପହଞ୍ଚିବ ଦାନା। ଗୁରୁବାର ରାତି ଓ ଶୁକ୍ରବାର ସକାଳ ସୁଦ୍ଧା ବାତ୍ୟା ସିଭିୟର ସାଇକ୍ଲୋନରେ ପରିଣତ ହୋଇ ଲ୍ୟାଣ୍ଡଫଲ୍ କରିବ। ଭିତରକନିକା-ଧାମରା ମଧ୍ୟରେ କରିପାରେ ଲ୍ୟାଣ୍ଡଫଲ୍ । ତେବେ  ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ରହିବ।  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି  ଏହି ସୂଚନା ଦେଇଛନ୍ତି। ଲ୍ୟାଣ୍ଡଫଲ୍ ସମୟରେ ପବନର ଗତି ରହିବ ୧୦୦ରୁ ୧୧୦ କିମି। ଝଟକା ପବନର ବେଗ ରହିବ ୧୨୦ କିମି ରହିପାରେ।

ବାତ୍ୟା ପ୍ରଭାବରେ ଗୁରୁବାର ପ୍ରବଳ ବର୍ଷା ହେବ । ସେଥିପାଇଁ ୭ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା  ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର। ଏସବୁ ଜିଲ୍ଲାରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କେନ୍ଦୁଝର, ଢ଼େଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ।   ସେହିପରି ୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି ଶୁକ୍ରବାର ୪ ଜିଲ୍ଲାରେ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା  ମୟୁରଭଞ୍ଜ, କେନ୍ଦୁଝର , ବାଲେଶ୍ୱର ଓ ଭଦ୍ରକ। ସେହିପରି ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା  ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର। ସେହିପରି ୬ ଜିଲ୍ଲାକୁ ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.