ଭୁବନେଶ୍ୱର ୨୧।୧୦: ପୁରୀ -ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଦାନା’ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।
’ଦାନା ’ ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରାଯାଇଛି । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତିବେଶିରେ ୧୨୦ କିଲୋମିଟର ପବନର ବେଗ ଛୁଇପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ଏହାର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ। ଏ ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର, କଟକ, ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି ।