ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ, ୩ ଦିନ ଧରି ହେବ ବର୍ଷା

Published By : Suraj Kumar | October 19, 2024 4:47 PM

ଭୁବନେଶ୍ବର,୧୯।୧୦ :  କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ୨୧ ତାରିଖ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ । ୨୩ ତାରିଖରେ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ୨୩, ୨୪, ୨୫ ରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ବର । 

୨୩ ରେ ବିଜୁଳି ଘଡ଼ଘଡ଼ି ସହ ବାଲେଶ୍ବର, ଭଦ୍ରକ,  କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ  ଏବଂ ଗଞ୍ଜାମ ଜିଲା ରେ ବର୍ଷା ସମ୍ଭାବନା ରହିଛି  । କିନ୍ତୁ ସାଇକ୍ଲୋନ ପାଇଁ ଏଯାଏ କିଛି ଆକଳନ କରାଯାଇ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ କହିଛନ୍ତି । ୨୩ରେ ମୟୁରଭଞ୍ଜରେ ପ୍ରବଳ ବର୍ଷା ନହେଲେ ବି ବିଜୁଳି, ଘଡ଼ଘଡ଼ି ଜନିତ ବର୍ଷା ହେବ ।  କିନ୍ତୁ୨୪ ରେ ମୟୁରଭଞ୍ଜ ଜିଲା ସମେତ ପୁରୀରେ ବି ବିଜୁଳି, ଘଡ଼ଘଡ଼ି ଜନିତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ୨୨ରୁ ସମୁଦ୍ର ଅଶାନ୍ତ ରହିବ ବୋଲି କୁହାଯାଇଛି । ୨୧ ସୁଦ୍ଧା ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟରୁ ଫେରି ଆସିବାକୁ  ଦିଆଯାଇଛି ପରାମର୍ଶ । କିନ୍ତୁ ଏଯାଏଁ ବାତ୍ୟା ଉପରେ କୌଣସି ସଠିକ୍ ଆକଳନ କରାଯାଇନାହିଁ ବୋଲି କହିଛନ୍ତି ପାଣିପାଗ ନିର୍ଦେଶକ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.