ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ', ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ

ଭୁବନେଶ୍ଵର, ୨୬/୦୫ : ଓଡ଼ିଶା ଉପରେ ପଡ଼ିବନି ବାତ୍ୟା ରେମଲ ପ୍ରଭାବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ଆଜି ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ପାରଦ ବଢ଼ିବ ସହ ହିଟୱେଭ୍ ରହିବାର ମଧ୍ୟ ସମ୍ଭାବନା ରହିଛି। ରାଜ୍ୟରେ ୨୭ ରୁ ୩୧ ପର୍ଯ୍ୟନ୍ତ ପୁଣି ତାତି ଅନୁଭୂତ ହେବ। ଏନେଇ ସୋଆ ସିଇସି ମୁଖ୍ୟ ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି। 

ବଙ୍ଗୋପସାଗର ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଆଜି ମଧ୍ୟରାତ୍ରିରେ ବାଂଲାଦେଶ ଓ  ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ସାଗର ଦ୍ୱୀପ ଓ  ଖେପୁପରା ମଝିରେ ଏହା ଲ୍ୟାଣ୍ଡଫଲ୍‌ କରିବ ବୋଲି ପାଣିପାଗ ବିଭାଗ (ଆଇଏମ୍‌ଡି)  ପୂର୍ବାନୁମାନ କରିଛି । ବାତ୍ୟା ରେମାଲ୍‌ ଲ୍ୟାଣ୍ଡଫଲ୍‌ କରିବା  ସମୟରେ ୧୧୦ରୁ ୧୨୦ କିମି ବେଗରେ  ପବନ ବହିପାରେ । ପବନର ଝଟ୍‌କା  ୧୩୫ କିମି ଯାଏ ଅନୁଭୂତ ହେବ । ବାତ୍ୟା  ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଗାଙ୍ଗେୟ ପଶ୍ଚିମବଙ୍ଗର ପୂର୍ବ ଭାଗରେ ଓ ବାଂଲାଦେଶକୁ ଲାଗିଥିବା  ଅଞ୍ଚଳରେ ୨୬ ଓ ୨୭ ତାରିଖ ଦୁଇ ଦିନ  ଅତି ପ୍ରବଳ ବର୍ଷା ହେବ । ୨୮ ତାରିଖରେ  ବି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ୨୬, ୨୭ ତାରିଖ ଉତ୍ତର  ଉପକୂଳ ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ । ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ ରହିବ ।  ଏଥିପାଇଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ  ନ ଯିବାକୁ ପରାମର୍ଶ ଦିଆଯାଇଛି ।

ବାତ୍ୟା ରେମାଲ ପାଇଁ ଦୀଘା ସମୁଦ୍ର କୂଳ ଖାଲି କରିଦିଆଯାଇଛି। ଏଥିସହି ଦିନ ୧୨ଟାରୁ ସୋମବାର ସକାଳ ୯ ଟା ପର୍ଯ୍ୟନ୍ତ ପଶ୍ଚିମବଙ୍ଗରେ ବିମାନ ସେବା ଉପରେ କଟକଣା ଜାରି କରାଯାଇଛି। ପଶ୍ଚିମବଙ୍ଗ- ଭୁବନେଶ୍ୱର ରୁଟରେ କିଛି ଟ୍ରେନ୍ ବାତିଲ୍ କରାଯାଇଥିବା ସୂଚନା ମିଳିଛି। ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ରିଲିଫ କ୍ୟାମ୍ପ ମଧ୍ୟ ଖୋଲାଯାଇଛି। ଏଥିସହିତ ସମୁଦ୍ର କୂଳିଆ ଲୋକଙ୍କ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ବାରଣ କରାଯାଉଛି। ମାଇକ୍ ଯୋଗେ ପ୍ରଶାସନ ପକ୍ଷରୁ ସଚେତନ କରାଯାଉଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.