PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ମୋଦି ସରକାରଙ୍କ ପୂଜା ଭେଟି, କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ ୨୮/ ୦୯: ଦୁର୍ଗା ପୂଜା ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ୪ ପ୍ରତିଶତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ପୂର୍ବରୁ କେନ୍ଦ୍ର କର୍ମଚାରୀ ୩୪ ପ୍ରତିଶତ ମହଙ୍ଗା ଭତ୍ତା ପାଉଥିବା ବେଳେ ଏଣିକି ୩୮ ପ୍ରତିଶତ ମିଳିବ । ଏ ନେଇ କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମହଙ୍ଗା ଭତ୍ତା ବୃଦ୍ଧି ଫଳରେ ପ୍ରାୟ ୧ କୋଟି କର୍ମଚାରୀ ଉପକୃତ ହେବେ ।

ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିବା ଫଳରେ ପ୍ରାୟ ୫୦ ଲକ୍ଷ କର୍ମଚାରୀ ଉପକୃତ ହେବା ସହିତ ୬୨ ଲକ୍ଷ ପେନସନ୍‌ ଧାରୀ ଉପକୃତ ହେବେ ।

ଏହା ପୂର୍ବରୁ ମଧ୍ୟ ଗତ ମାର୍ଚ୍ଚ ମାସରେ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଥିଲେ ମୋଦି ସରକାର । ଯାହାକି ପିଛିଲା ଭାବେ ଜାନୁଆରୀ ୧ରୁ ଲାଗୁ ହୋଇଥିଲା । ୩ ପ୍ରତିଶତ ବୃଦ୍ଧିହେବା ପରେ କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩୪ ପ୍ରତିଶତରେ ପହଞ୍ଚିଥିଲା । ଏବେ ପୁଣି ୪ ପ୍ରତିଶତ ବୃଦ୍ଧି ହେବାପରେ କେନ୍ଦ୍ରୀୟ କର୍ମଚାରୀ ଏଣିକି ୩୮ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ । ସିଧାସଳଖ କର୍ମଚାରୀଙ୍କ ଦରମା ବୃଦ୍ଧି ସହ ଡିଏ ପ୍ରତିଫଳିତ ହେବ ।

ସମ୍ବନ୍ଧିତ ଖବର