ମେଷ : ଘାତବାର, ଘାତତିଥି ଓ ଷଷ୍ଠ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ନାହିଁ ଏବଂ ସମସ୍ତ କର୍ମରେ କିଛି ନା କିଛି ବିଘ୍ନ ଉପୁଜିବ। ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଯଶ, ସମ୍ମାନ, ସମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଦବିବାଦ, ଆର୍ଥିକ କାରବାର ଏବଂ ପିତାମାତା, ପୁତ୍ରକନ୍ୟାଙ୍କ ସହ କଥାବାର୍ତ୍ତା ବେଳେ ବାକ୍ ସଂଯମତା ରକ୍ଷା କରିବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁାବନ୍ଧବଙ୍କ ସହ ଅପ୍ରିୟତା ଏବଂ ଆର୍ଥିକ ଠକାମିରେ ପଡ଼ିବେ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି। ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୧, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ତୃତୀୟ ଚନ୍ଦ୍ର, ରବିବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ବିଶେଷ ଭାବେ ରହିବ ନାହିଁ। ପୂର୍ବରୁ ହୋଇ ଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କର୍ମତତ୍ପରତା ପ୍ରକାଶ ପାଇବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ।
ସିଂହ: ଦ୍ୱିତୀୟ ଚନ୍ଦ୍ର, ରବିବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ ଏବଂ ଧନର ସତ୍ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟି ପାରେ। ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ।
କନ୍ୟା : ଶ୍ରୀଚନ୍ଦ୍ର, ରବିବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ। ମନରେ ପ୍ରସନ୍ନତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ। କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ।
ତୁଳା : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ି ପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ। ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କତା ଅବଲମ୍ବନ କରିବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।
ବିଛା : ଏକାଦଶ ଚନ୍ଦ୍ର, ରବିବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ। ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୨, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଦଶମ ଚନ୍ଦ୍ର, ରବିବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ। ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ। ଯେଉଁମାନଙ୍କର ପୁର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ କମଳା ।
ମୀନ : ସପ୍ତମ ଚନ୍ଦ୍ର, ରବିବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ସହଧମଣୀଙ୍କ ସହଯୋଗ ମିଳିବ । ପୁତ୍ରକନ୍ୟା, ଭାଇଭଉଣୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩