ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଦଲପାଲି ହେଲା ରାଜସ୍ବ ଗ୍ରାମ; ଉପ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଗ୍ରାମବାସୀ

Published By : Bijay Swain | July 7, 2025 9:21 PM

ପାଟଣାଗଡ଼, ୭/୭(ଆପ୍ର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ପଞ୍ଚଯାତ ଦଲପାଲି ଗାଁକୁ ରାଜସ୍ୱ ଗ୍ରାମ ମାନ୍ୟତା ମିଳିଛି। ୨୦୦୨ ମସିହାରୁ ଗ୍ରାମବାସୀ ମାନେ ଦଲପାଲିକୁ ରାଜସ୍ୱ ଗ୍ରାମ କରିବା ପାଇଁ ପ୍ରୟାସ ଜାରି ରଖିଥିବା ବେଳେ ରାଜସ୍ୱ ବିଭାଗରୁ ଦଲପାଲି ରାଜସ୍ୱ ଗ୍ରାମ ହେବା ଶୁଣିବା ପରେ ଗ୍ରାମରେ ଖୁସିର ମାହୋଲ ଖେଳିଯାଇଛି।  

ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ପ୍ରଚେଷ୍ଟାରେ ଦଲପାଲି ରାଜସ୍ୱ ଗ୍ରାମ ମାନ୍ୟତା ପାଇଥିବାରୁ ଗ୍ରାମରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ କରି ଗ୍ରାମବାସୀ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂଦେଓଙ୍କ ନିକଟରେ କୃତଜ୍ଞତା ଜ୍ଞ୍ୟାପନ କରିଛନ୍ତି। ଏହି ସମ୍ବର୍ଦ୍ଧନା ସଭାରେ ଉପମୁଖ୍ୟମନ୍ତ୍ରୀଙ୍କ ସହିତ ପାଟଣାଗଡ଼ ତହସିଲଦାର ରୁଦ୍ର ମୋହନ ନାୟକ ଓ ପାଟଣାଗଡ଼ ଏସଡ଼ିପିଓ ସଦାନନ୍ଦ ପୂଜାରୀ ଯୋଗ ଦେଇଥିଲେ। 

ନୂଆ ରାଜସ୍ବ ଗ୍ରାମ ହେବା ଦ୍ୱାରା ରାଜସ୍ୱ ଗ୍ରାମର ମୌଳିକ ସୁବିଧା ପାଇବା ନେଇ ଗ୍ରାମବାସୀ ଆଶାବାଦୀ ଥିବା ବେଳେ ରାଜସ୍ୱ ଗ୍ରାମ ହେବାର ସମସ୍ତ ଶ୍ରେୟ ଉପମୁଖ୍ୟମନ୍ତ୍ରୀ ଓ ପାଟଣାଗଡ଼ ତହସିଲଦାର ରୁଦ୍ର ମୋହନ ନାୟକଙ୍କୁ ଦେଇଛନ୍ତି ଗ୍ରାମବାସୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.