ଭୁବନେଶ୍ୱର, ୨୨/୦୩ : ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପରଲୋକରେ ରାଜନୈତିକ ମାହୋଲରେ ଶୋକର ଛାୟା ଖେଳି ଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବୈଜୟନ୍ତ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ…
— Dharmendra Pradhan (मोदी का परिवार) (@dpradhanbjp) March 22, 2024
ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ, "ଡାକ୍ତର ଦାମୋଦର ରାଉତଙ୍କ ବିୟୋଗ ଖବର ପାଇ ମୁଁ ମର୍ମାହତ । ଡାକ୍ତର ରାଉତ ଜଣେ ଦୃଢ ମାନସିକ ବ୍ୟକ୍ତି ,ଓଡିଶା ରାଜନୀତିର ଜଣେ ମହାଦ୍ରୁମ , ୭ଥର ବିଧାନସଭାକୁ ନିର୍ବାଚିତ ହେବା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ପଚାଂୟତିରାଜ , ସମବାୟ , କୃଷି ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ସେ ଜଣେ ବିଜୁ ଅନୁଗାମୀ ଓ ବିଜୁ ଚିନ୍ତାଧାରାର ଦୃଢ ସମର୍ଥକ ଥିଲେ । ତାଙ୍କର ବିୟୋଗ ରାଜ୍ୟ ଓ ରାଜନୀତି ପୀଇଁ ଏକ ଅପୂରଣୀୟ କ୍ଷତି। ମୁଁ ତାଙ୍କର ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି ପାଇଁ ଇଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛି । ଓମ୍ ଶାନ୍ତି"
ବୈଜୟନ୍ତ ପଣ୍ଡା ଲେଖିଛନ୍ତି ଯେ, ଓଡ଼ିଶା ରାଜନୀତିର ଏକ ଲମ୍ବା ଓ ଚର୍ଚ୍ଚିତ ଅଧ୍ୟାୟର ଅନ୍ତ! ବରିଷ୍ଠ ରାଜନେତା, ଓଡ଼ିଶା ସରକାରର ପୂର୍ବତନ ମନ୍ତ୍ରୀ ତଥା ଦୀର୍ଘବର୍ଷର ବିଧାୟକ,ବିଜୁ ବାବୁଙ୍କ ଅନୁଗତ, ମୋର ବନ୍ଧୁ ଏବଂ ବହୁ ବର୍ଷର ପୂର୍ବତନ ସହଯୋଗୀ, ଡ଼ଃ ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଓଁ ଶାନ୍ତି।
ଓଡ଼ିଶା ରାଜନୀତିର ଏକ ଲମ୍ବା ଓ ଚର୍ଚ୍ଚିତ ଅଧ୍ୟାୟର ଅନ୍ତ!
— Baijayant Jay Panda (Modi Ka Parivar) (@PandaJay) March 22, 2024
ବରିଷ୍ଠ ରାଜନେତା, ଓଡ଼ିଶା ସରକାରର ପୂର୍ବତନ ମନ୍ତ୍ରୀ ତଥା ଦୀର୍ଘବର୍ଷର ବିଧାୟକ,ବିଜୁ ବାବୁଙ୍କ ଅନୁଗତ, ମୋର ବନ୍ଧୁ ଏବଂ ବହୁ ବର୍ଷର ପୂର୍ବତନ ସହଯୋଗୀ, ଡ଼ଃ ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ।
ଦିବଙ୍ଗତ ଆତ୍ମାର ସଦଗତି… pic.twitter.com/GCekqZVedu
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପିସିସି ସଭାପତି ଶରତ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବରିଷ୍ଠ ବିଜେଡି ନେତା ଚ୍ୟାଉ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।