ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସ୍କୁଟିକୁ ଧକ୍କା ଦେଲା ଟ୍ରକ : ଝିଅ ମୃତ, ବାପା ଗୁରୁତର

Published By : Suraj Kumar | March 16, 2025 11:12 PM

ଜୟପୁର, ୧୬।୩ : ହାଟପଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ଧକ୍କା ଦେଲା ଟ୍ରକ । ଘଟଣା ସ୍ଥଳରେ ଝିଅର ମୃତ୍ୟୁ ହୋଇଥିବା ବେଳେ  ବାପା ଗୁରୁତର ହୋଇଛନ୍ତି।  

ସ୍କୁଟିରେ ଜଣେ ବ୍ୟକ୍ତି ନିଜ ଝିଅକୁ ଧରି ଜୟପୁରରୁ ବାରିଣୀପୁଟ ଯାଉଥିଲେ ।ଏହି ସମୟରେ ସେମିଳିଗୁଡାରୁ ଜୟପୁର ଅଭିମୁଖେ ଏକ ଟ୍ରକ ଆସୁଥିଲା। ହାଟପଦା ନିକଟରେ ସ୍କୁଟିକୁ ଟ୍ରକ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଝିଅର ମୃତ୍ୟୁ ଘଟିଥିଲା ଓ ବାପା ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି। ଟ୍ରକକୁ ପୋଲିସ ଜବତ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.