ପ୍ରମୂଖ ଖବର
  • ଜୁଲାଇ ୨୨ରେ ସଂସଦର ବଜେଟ ଅଧିବେଶନ, ୨୧ରେ ସର୍ବଦଳୀୟ ବୈଠକ ଡାକିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ
  • ||
  • ବଲାଙ୍ଗୀର:ଓଲଟିଲା ପରିବା ବୋଝେଇ ପିକଅପ ଗାଡି, ଜଣେ ଗୁରୁତର ୫ ଆହତ
  • ||
  • ଶ୍ରୀଲଙ୍କା ଗସ୍ତ ପାଇଁ ଆଜି ଦଳ ଘୋଷଣା, ଟି-ଟ୍ୱେଣ୍ଟି ଅଧିନାୟକ ମୁଖ୍ୟ ଦାବିଦାର ସୂର୍ଯ୍ୟକୁମାର ଯାଦବ
  • ||
  • ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା: ଆସନ୍ତା ୨୧ରୁ ୩୧ ତାରିଖ ଯାଏଁ ଚାଲିବ
  • ||
  • ସୁନାବେଶରେ ଦର୍ଶନ ଦେବେ ବ୍ରହ୍ମାଣ୍ଡନାଥ,୧୩୮ ପ୍ରକାର ରତ୍ନଖଚିତ ଅଳଙ୍କାର ଲାଗି ହେବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବର୍ଷାରେ ଭିଜିବ ଓଡ଼ିଶା, ଆଗାମୀ ୪ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି, ଶୁକ୍ରବାର ପୁଣି ଲୁଘଚାପ
  • ||

ପାରିବାରିକ କଳହ : ୩ ବର୍ଷର ଝିଅ ବେକ କାଟିଲା ବାପା

ବାଲିପାଟଣା,୬।୯  : ପାରିବାରିକ କଳହରୁ ବ୍ଲେଡ ରେ ୩ ବର୍ଷ ଝିଅର ବେକ କାଟିଲା ବାପା । ଏଭଳି ଏକ ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ବାଳକାଟି ରେ । ସ୍ଥାନୀୟ ଲୋକେ ଗୁରୁତର ଶିଶୁ କନ୍ୟାକୁ ଉଦ୍ଧାର କରି ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଶିଶୁକନ୍ୟା କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ସ୍ଥାନାନ୍ତର କରାଯାଇଛି । 

ବାଳକାଟି ସାତକାଣିଆ ଅଂଚଳରେ ଥିବା ଇଟା ଭାଟିରେ ଗଣେଷ ସିଂ ଏବଂ ପାନ ସିଂ ଶ୍ରମିକ ଭାବେ କାର୍ଯ୍ୟ କରନ୍ତି । କୌଣସି କାରଣରୁ ସ୍ଵାମୀ - ସ୍ତ୍ରୀ ମଧ୍ୟରେ ବୁଧବାର କଳହ ଲାଗିଥିଲା । ଏଥିରେ  ଗଣେଷ ସିଂ ଉତକ୍ଷିପ୍ତ ହୋଇ ନିଜ ୩ ବର୍ଷର ଶିଶୁ କନ୍ୟାର ବେକକୁ ବ୍ଲେଡରେ କାଟି ଦେଇଥିଲା । ଏଥିରେ ଶିଶୁ କନ୍ୟାର ବେକରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଶିଶୁ କନ୍ୟାକୁ ଉଦ୍ଧାର କରି ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଶିଶୁକନ୍ୟାର ଅବସ୍ଥା ଗୁରତର  ହେବାରୁ   ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ସ୍ଥାନାନ୍ତର କରାଯାଇଛି । 

ଆହୁରି ପଢନ୍ତୁ : ଭାରସାମ୍ୟ ହରାଇ ନାଳ ଭିତରକୁ ପଶିଗଲା ବସ୍, ୬ ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.