ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ

Published By : Rasmita Pradhan | July 8, 2025 2:22 PM

ଭୁବନେଶ୍ଵର, ୦୮/୦୭ : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ। ଅଶ୍ୱିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ୮୧ ବର୍ଷ ବୟସରେ ପରଲୋକ। ମଙ୍ଗଳବାର ସକାଳେ ଏମ୍ସ ହସ୍ପିଟାଲରେ ଦାଉଲାଲ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟା ସମସ୍ୟା ଯୋଗୁଁ ତାଙ୍କୁ ଯୋଧପୁର ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ଦାଉଲାଲ ବୈଷ୍ଣବ ମୂଳତଃ ପାଲି ଜିଲ୍ଲାର ଜୀବନ୍ତ କଲା ଗ୍ରାମର ବାସିନ୍ଦା ଥିଲେ। ସେ ତାଙ୍କ ପରିବାର ସହିତ ଯୋଧପୁରରେ ରହୁଥିଲେ। ଦାଉଲାଲ ତାଙ୍କ ଗ୍ରାମର ସରପଞ୍ଚ ଥିଲେ ଏବଂ ସାମାଜିକ କାର୍ଯ୍ୟରେ ତାଙ୍କର ସକ୍ରିୟ ଭୂମିକା ଥିଲା। ସେ ଦୀର୍ଘ ଦିନ ଧରି ଯୋଧପୁରରେ ଜଣେ ଓକିଲ ଏବଂ ଟିକସ ପରାମର୍ଶଦାତା ଭାବରେ କାର୍ଯ୍ୟ କରିଛନ୍ତି।

ଅଶ୍ଵିନୀ ବୈଷ୍ଣବ ସକାଳ ୧୦ଟାରେ ଯୋଧପୁରରେ ପହଞ୍ଚିଛନ୍ତି। ଆଜି ଯୋଧପୁରରେ ଦାଉଲାଲ ବୈଷ୍ଣବଙ୍କର ଶେଷକୃତ୍ୟ କରାଯିବ। ଏଥିପାଇଁ ପରିବାର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.