ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମେଗାଲିଫ୍ଟ କେନାଲରୁ ବିଭାଗୀୟ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି...

କୋକସରା ୦୨/୦୨: କଳାହାଣ୍ଡି ଜିଲ୍ଲା ମୁଖିଗୁଡା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ମୁଖ୍ୟ କେନାଲ ସୁନାମାଲ ଗ୍ରାମ ନିକଟରେ ସେହି ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ମହନ୍ତ ବୋଲି ସୂଚନା ମିଳିଛି । ସେ ଗତକାଲି କାର୍ଯ୍ୟକୁ ଆସି ଘରକୁ ଫେରି ନଥିବା ଜଣା ପଡିଥିବା ବେଳେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି । ଶୁକ୍ରବାର ଦିନ ୧୦ଟା ସମୟରେ କେନାଲରେ ତାଙ୍କର ମୃତ ଦେହ ଭାସୁଥିବା କିଛି ସ୍ଥାନୀୟ ଲୋକମାନେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । କେନାଲ ହୁଡା ନିକଟରେ ଯନ୍ତ୍ରୀଙ୍କ ବାଇକ ସହ ବାଇକ ଭାଇଜରରେ ପର୍ସ, ଆଧାର କାର୍ଡ ଓ କିଛି କାଗଜପତ୍ର ରହିଛି । ସେ କୋକସରା ବ୍ଲକ କୁସୁମଖୁଣ୍ଟି ଡିଭିଜନରେ କାମ କରୁଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ କେନାଲ ପାଣିରୁ ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜୟପାଟଣା ଡାକ୍ତରଖାନାକୁ ପଠାଯାଇଛି  । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.