ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ରେଗେଇସିଂ ଜଙ୍ଗଲରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Suraj Kumar | December 18, 2024 11:04 PM

ଗୁଣପୁର,୧୮।୧୨(ଆପ୍ର)- ରାୟଗଡା   ଜିଲା ଗୁଣପୁର ବ୍ଲକ ଟଲଣା ପଞ୍ଚାୟତର ରେଗେଇସିଂ ଗ୍ରାମ ନିକଟ ଟାଙ୍କୁମାର ପାହାଡରେ ଜନୈକ ବ୍ୟକ୍ତିଙ୍କ ମୃତ ଦେହ ଠାବ କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ରେଗେଇସିଂ ଗ୍ରାମର ଡାନିଏଲ ଶବର(୫୧)  । 

 ବୁଧବାର ଭୋର ୪ଟା ସମୟରେ ଡାନିଏଲ ଶବର ଲଙ୍କା ତୋଳିବା ପାଇଁ ଟାଙ୍କୁମାର ପାହାଡକୁ ଯାଇଥିଲେ । ଦୀର୍ଘ ସମୟ ଧରି ଡାନିଏଲ ନ ଆସିବା ପରେ ପରିବାର ଲୋକ ତାଙ୍କର ଖୋଜାଖୋଜି କରି ଟାଙ୍କୁମାର ପାହାଡରେ ପହଁଞ୍ଚିଥିଲେ । ସେଠାରେ ତାଙ୍କର ମୃତ ଦେହ  ପଡି ରହିଥିବା ପରିବାର ଲୋକ ଦେଖିଥିଲେ । ଡାନିଏଲଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ସହ ଲାଗି କ୍ଷତ ବିକ୍ଷତ ହୋଇଥିବା ଦେଖିଥିଲେ । ଏହାପରେ ତାଙ୍କ ପୁତ୍ର ଆଣ୍ଡ୍ରିଅ ଶବର ପୁଟାସିଁ ଥାନରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ପୁଟାସିଂ ପୋଲିସର ଏକ ଟିମ ସେଠାରେ ପହଁଞ୍ଚି ଘଟଣାର ଅନୁସନ୍ଧାନ କରିଥିଲେ  । ଗୁରୁବାର ସାଇଂଣ୍ଟିଫିକ ଟିମ୍ ଆସିବା ପରେ ମୃତ ଦେହ ଉଦ୍ଧାର କରାଯିବ ବୋଲି ପୁଟାସିଂ ଆଇଆଇସି ଭବାନୀ ମୁଦୁଲି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.