ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବନ୍ଦ ଘରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

Published By : Suraj Kumar | June 7, 2025 3:58 PM

କଟକ/କୁଆଁପାଳ,୭।୬ : ତିନି ଦିନ ଧରି ଘର ବନ୍ଦ ଥିଲା। ସନ୍ଦେହରେ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ତହସିଲଦାରଙ୍କ ଉପସ୍ଥିତିରେ ଘର କବାଟ ଭାଙ୍ଗି  ଥିଲା। ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରିଥିଲା। ମାହାଙ୍ଗା ବ୍ଲକ ଖନ୍ଦୋଳ ଗ୍ରାମରେ ଏପରି ଘଟଣା ଦେଖିବାକୁ ମିଳିଛି। 

ଘଟଣାରୁ ପ୍ରକାଶ ଯେ, ମାଛୁଆତି ଅଂଚଳର ଦୁର୍ଲଭ ଭୋଇଙ୍କ ଝିଅ ଚିନ୍ମୟୀ ଭୋଇ ଖନ୍ଦୋଳ ଗ୍ରାମରେ କ୍ଷୀରୋଦ ଚନ୍ଦ୍ର ଲେଙ୍କାଙ୍କ ଘରେ ଭଡ଼ା ନେଇ ରହିଥିଲେ। ରାଇସୁଙ୍ଗୁଡା ମେଡିକାଲରେ ସେ‌ ନର୍ସ ଭାବେ କାର୍ଯ୍ୟ କରୁଥିଲେ। ସବୁଦିନ ସେ ମେଡିକାଲରେ ଡ୍ୟୁଟି କରିବାକୁ ସକାଳୁ ଯାଇ ସନ୍ଧ୍ୟାରେ ଫେରନ୍ତି। ଗତ ତିନିଦିନ ଧରି ସେ ଘରୁ ବାହାରିନଥିଲେ। ଏ ସମ୍ପର୍କରେ ପଡୋଶୀ ଓ ଘର ମାଲିକ ଜାଣିବା ପରେ ସେମାନେ ମାହାଙ୍ଗା ଥାନାକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଂଚି ତହସିଲଦାରଙ୍କ ଉପସ୍ଥିତିରେ ଘର ଭାଙ୍ଗି ଚିନ୍ମୟୀଙ୍କ ସମେତ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ଏବେ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରିନାହିଁ।‌

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.