ଚିକିଟି, ୧୨/୧୦: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ କେ.ନୂଆଗାଁ ଥାନା ଅନ୍ତର୍ଗତ ବାହୁଦା ନଦୀ ପଠାରୁ ଏକ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରିଛି ପୁଲିସ । ମୃତକ ନୂଆପଡା ଗ୍ରାମର ନାରାୟଣ ପ୍ରଧାନ ବୋଲି ସୂଚନା ମିଳିଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ସୂଚନା ମୁତାବକ, ରବିବାର ସକାଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ବାହୁଦା ନଦୀରେ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ଏହା ଦେଖି ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କେ.ନୂଆଗାଁ ପୁଲିସ ପହଞ୍ଚି ପାଣିରୁ ଶବକୁ ଉଦ୍ଧାର କରିଥିବା ବେଳେ ମୃତକଙ୍କ ଦେହରେ ଏକାଧିକ କ୍ଷତ ଚିହ୍ନ ରହିଛି । ଘଟଣାସ୍ଥଳରେ ପୁଲିସ ତଦନ୍ତ ଆରମ୍ଭ କରିଛି । ତେବେ ପୂର୍ବ ଶତ୍ରୁତାକୁ ନେଇ କେହି ନାରାୟଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ​​​​​​​