ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମଶାଣି ପାଖରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | April 3, 2025 10:33 AM

ଭୁବନେଶ୍ବର,୦୩/୦୪: ବିରିବନ୍ଧ ମଶାଣି ନିକଟରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଏୟାରଫିଲ୍ଡ ଥାନା ଅଞ୍ଚଳର ଜିତୁ ବେହେରା ବୋଲି ଜଣାପଡ଼ିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ତିନିଜଣ ଯୁବକ ବିରିବନ୍ଧ ମଶାଣି ଆଡକୁ ବାଇକରେ ଯାଇଥିଲେ । ହେଲେ ଫେରିବା ବେଳ କେବଳ ଦୁଇ ଜଣ ଫେରିଥିଲେ । ଏହି ଦୃଶ୍ୟ ସେହିଠାରେ ରାତିରେ ମାଟିକାମ କରୁଥିବା ଜଣେ ଜେସିବି ଡ୍ରାଇଭର କହିଛନ୍ତି । ପରେ ଗୁରୁବାର ସକାଳୁ ଜଣଙ୍କ ଝୁଲନ୍ତା ମୃତଦେହ ଆମ୍ବ ବିଧିବଦ୍ଧ ମଶାଣି ନିକଟରୁ ଉଦ୍ଧାର ହୋଇଛି । ଏନେଇ ଖବର ପାଇବା ପରେ ଏୟାରଫିଲ୍ଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି । ତେବେ ସେ ଯୁବକ ମାନେ କିଏ । ଜିତୁକୁ ହତ୍ୟା ପରେ ସେଠାରେ ଟାଙ୍ଗିଦିଆ ଯାଇ ନାହିଁ ତ ? ଏପରି ଅନେକ ପ୍ରଶ୍ନ ଉଠଥିବା ବେଳେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.