ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

Published By : Harapriya Sethi | January 4, 2025 2:42 PM

ମୁନିଗୁଡ଼ା,୦୪/୦୧: ଅମ୍ବାଦଳା ନିକଟ ରେଳ ଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ । ମୃତକ ଝାରଖଣ୍ଡର ଦୟାନନ୍ଦ ଶର୍ମା ଏବଂ ସେ ଦୀର୍ଘ ବର୍ଷ ହେବ ଅମ୍ବାଦଳାରେ ରହି ଆଲୁମିନିୟମ କାମ କରୁଥିଲେ । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଅଞ୍ଚଳର ଅମ୍ବାଦଳା ନିକଟ ରେଳ ଧାରଣାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶନିବାର ସକାଳୁ ଦୟାନନ୍ଦ ଶର୍ମାଙ୍କ ବାଇକ୍‌ ରାସ୍ତା ପାର୍ଶ୍ୱରେ ଥିବାବେଳେ ନିକଟରେ ଥିବା ରେଳ ଧାରଣାରେ ତାଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ରେଳବାଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି । ତେବେ ପାରିପାର୍ଶ୍ୱିକ ସ୍ଥିତିରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.