ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Suraj Kumar | January 25, 2025 4:08 PM

ଅଳତୀ,୨୫।୧ : ଘଷିପୁରା ଥାନା ବରିପାଳ ପଞ୍ଚାୟତ ଚମ୍ପେଇଡାହି ଗାଁ ନିକଟ ଜଙ୍ଗଲରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ଉଦ୍ଧାର  ହୋଇଛି । କେହି ହତ୍ୟାକରି ପୋଡି ମାରି ଦେଇଥିବା ସନ୍ଦେହ କରାଯାଉଛି। ମହିଳାଙ୍କ ପରିଚୟ ମିଳି ନାହିଁ  ।

ଶନିବାର ସକାଳୁ ଜଙ୍ଗଲକୁ ଯାଇଥିବା କିଛି ଲୋକ ମୃତଦେହ ଦେଖି ପ୍ରଥମେ ସରପଞ୍ଚଙ୍କୁ ଜଣାଇଥିଲେ । ସରପଞ୍ଚ ସେଠାର ପହଁଞ୍ଚି ଘଟଣା ସମ୍ପର୍କରେ ବୁଝିବା ପରେ ଘଷିପୁରା ପୋଲିସକୁ ଖବର ଦେଇଥିଲେ। ଆନନ୍ଦପୁର ଏସଡିପିଓ ଙ୍କ ନେତୃତ୍ବରେ ଘଷିପୁରା ପୋଲିସ୍  ସେଠାରେ ପହଁଞ୍ଚି ଥିଲା।  ମୃତଦେହରୁ ଦୁର୍ଗନ୍ଧ ବାହାରିବା ଓ ପୋକ ହୋଇଯାଇଥିବାରୁ ପ୍ରାୟ ୨-୩ ଦିନ ତଳେ କେହି ଏଭଳି କାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି । ତେବେ ମହିଳା ଜଣଙ୍କ  କିଏ ଓ କେଉଁ କାରଣରୁ ତାଙ୍କୁ ହତ୍ୟା କରାଗଲା ତାହା ଜଣା ପଡିନାହିଁ। ଘସିପୁରା ପୋଲିସ୍ ନିକଟସ୍ଥ ସମସ୍ତ ଥାନାକୁ ଫଟୋ ପଠାଇ ମୃତା ମହିଳା ସମ୍ପର୍କରେ  ଜାଣିବାକୁ ଚେଷ୍ଟା କରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.