ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଉରକେଲା, ୦୯/୧୨ : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର। ରାଉରକେଲା ସେକ୍ଟର-୧୮ ଇସ୍ପାତ ହାଟ ନାଳରୁ ଜଣେ ୬୭ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ଘଟଣା ସ୍ଥଳରେ ସେକ୍ଟର -୧୫ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି।

ସୂଚନାନୁଯାୟୀ, ଶନିବାର ସକାଳୁ ଇସ୍ପାତ ହାଟ ନାଳରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବାର ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସେକ୍ଟର -୧୫ ପୋଲିସ ପହଞ୍ଚି ଥିଲା । ପୋଲିସ ନାଳରୁ ମୃତଦେହ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ ପଠାଇଛି। ମୃତ ବ୍ୟକ୍ତି ହେଉଛନ୍ତି ସେକ୍ଟର-୧୪, Q- ନମ୍ବର B/୧୫୫ ରେ ରହୁଥିବା ଷ୍ଟିଲ ପ୍ଲାଣ୍ଟର ଅବସରପ୍ରାପ୍ତ ଅଗପିତ ଏକ୍କା। ଅଗପିତ୍ ଗତ ୩ ତାରିଖରୁ ନିଖୋଜ ଥିଲେ। ପରିବାର ଲୋକେ ଗତ ୫ ତାରିଖରେ ସେକ୍ଟର -୧୫ ଥାନାରେ ଅଭିଯୋଗ କରିଥିଲେ। ଆଜି ନାଳରୁ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ପ୍ରଥମେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.