ପ୍ରମୂଖ ଖବର
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Published By : Harapriya Sethi | February 8, 2025 11:28 AM

ଭୁବନେଶ୍ୱର,୦୮/୦୨: ସାର୍ତ୍ତାଗୁଡ଼ା ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟସ୍ଥ ପାହାଡ଼ରୁ ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଠାବ ହୋଇଛି । ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ପୁଅ । ମୃତକ ଫୁଲବାଣୀ ଦଧିବାମନ ସାହିର କବାଡ଼ିଆ ବ୍ୟବସାୟୀ ସୁଦର୍ଶନ ସାହୁ ବୋଲି ଜଣାପଡ଼ିଛି । ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସାର୍ତ୍ତାଗୁଡ଼ା ହନୁମାନ ମନ୍ଦିର ନିକଟରେ ଏଭଳି ଘଟଣା ଘଟିଛି ।

କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା

ସୂଚନା ମୁତାବକ, ଫେବୃୟାରୀ ୧ ତାରିଖରେ ବ୍ୟବସାୟ କରିବାକୁ ଯାଇ ଆଉ ଘରକୁ ଫେରିନଥିଲେ ସୁଦର୍ଶନ । ଘରକୁ ନଫେରିବାରୁ ବହୁ ଖୋଜାଖୋଜି କରିଥିଲେ ପରିବାର ଲୋକେ । ହେଲେ ତାଙ୍କର କୌଣସି ପତ୍ତା ମିଳି ନଥିଲା । ସୁଦର୍ଶନଙ୍କ କୌଣସି ସନ୍ଧାନ ନପାଇ ଫେବୃୟାରୀ ୬ ତାରିଖରେ ଟାଉନ୍ ଥାନାରେ ପରିବାର ଲୋକେ ଏତଲା ଦେଇଥିଲେ । ପରେ ଶୁକ୍ରବାର ଏକ ଭୋଜି କାର୍ଯ୍ୟରେ ଯାଇଥିଲେ । ସାର୍ତ୍ତାଗୁଡ଼ା ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ସୁଦର୍ଶନଙ୍କ ଲୁନା ପଡ଼ିଥିବା ଦେଖିଥିଲେ ପରିବାର ଲୋକେ । ଏହା ଦେଖି ଆଖପାଖ ଅଞ୍ଚଳରେ ଖୋଜାଖୋଜି ଜାରି ରଖିଥିଲେ ପରିବାର ଏବଂ ସମ୍ପର୍କୀୟ ଲୋକେ । ଏହା ସହ ପୋଲିସକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ସୁଦର୍ଶନଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ । ଅନ୍ୟପଟେ ସୁଦର୍ଶନଙ୍କ ହାତ ଓ ଗୋଡ଼ କଟାଯାଇଥିବା ଦେଖି ତାଙ୍କୁ କେହି ହତ୍ୟା କରିଛନ୍ତି ବୋଲି କହିଛନ୍ତି ମୃତକଙ୍କ ପୁଅ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.