ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

Published By : Harapriya Sethi | November 7, 2024 1:25 PM

ବ୍ରହ୍ମଗିରି, ୦୭/୧୧: ମହିଳାଙ୍କ ବେକରେ ଗାମୁଛାରେ ପଥର ବନ୍ଧା ହୋଇଥିବା ଅବସ୍ଥାରେ ମିଳିଲା ମୃତଦେହ । ମୃତ ଅବସ୍ଥାରେ ଗାଁ ପୋଖରୀରେ ଭାସୁଥିବା ବେଳେ ଦେଖିଲେ ପରିବାର ଏବଂ ଗାଁ ଲୋକେ । ମୃତ ମହିଳା ମାନସ ରଞ୍ଜନ ଗୁଣ୍ଠଙ୍କ ପତ୍ନୀ ରିତାଞ୍ଜଳି ଗୁଣ୍ଠ ବୋଲି ଜଣାପଡିଛି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ହରପଡ଼ା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୁରୁବାର ସକାଳେ ହରପଡ଼ା ଗାଁ ପୋଖରୀରେ ଜଣେ ମହିଳାଙ୍କ ମୃତଦେହ ଦେଖିବାକୁ ପାଇଥିଲେ ଗାଁ ଲୋକେ । ଏହା ଦେଖି ତୁରନ୍ତ ମହିଳାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଖବର ପାଇ ପରିବାର ଲୋକେ ଆସି ଘଟଣାସ୍ଥଳରେ ପହଞ୍ଚି ଥିଲେ । ମହିଳାଙ୍କ ବେକରେ ଗାମୁଛାରେ ଏକ ପଥର ବନ୍ଧା ହୋଇଥିବା ଦେଖିଥିଲେ । ଏହା ଦେଖି ମହିଳାଙ୍କ ଶାଶୁ ଘର ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବ୍ରହ୍ମଗିରି ପୋଲିସ ପହଞ୍ଚି ମୃତଦେହ ଜବତ କରିଛି ।

ତେବେ ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଥିବା ବେଳେ ଝିଅକୁ ମାରି ପୋଖରୀରେ ଫିଙ୍ଗି ଦେଇ ଥିବା ବାପଘର ଲୋକେ ଅଭିଯୋଗ ଆଣିଛନ୍ତି । ମହିଳାଙ୍କ ସ୍ବାମୀ, ଦେଢ଼ଶୁର, ଯାଆ ଓ ପୁତୁରାଙ୍କ ନାଁରେ ବ୍ରହ୍ମଗିରି ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି ବାପଘର ଲୋକେ । ପୋଲିସ ମୃତ ଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି । ରିତାଞ୍ଜଳୀଙ୍କ ୧୯୯୯ ମସିହାରେ ବିବାହ କରିଥିବା ବାପ ଘର ପକ୍ଷରୁ ସୂଚନା ମିଳିଛି । ବିଭିନ୍ନ ସମୟରେ ରିତାଞ୍ଜଳୀଙ୍କୁ ତାଙ୍କ ସ୍ଵାମୀ, ଦେଢ଼ଶୁର, ଯାଆ ମିଶି ନିର୍ଯାତନା ଦେଉଥିବା ଅଭିଯୋଗରେ ଉଲ୍ଲେଖ କରିଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.