ପ୍ରମୂଖ ଖବର
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | December 2, 2024 1:37 PM

ସୁନ୍ଦରଗଡ଼,୦୨/୧୨: ବାଲିଜୋରି ଆଶ୍ରମ ପଛପଟ ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତକ ବିରେନ୍ଦ୍ର ମାଝି ବୋଲି ଜଣାପଡ଼ିଛି । ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ସୁନ୍ଦରଗଡ଼ ଆଦର୍ଶ ଥାନା ଅନ୍ତର୍ଗତ ବାଲିଜୋରି ଆଶ୍ରମ ପଛପଟେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବାଲିଜୋରି ଆଶ୍ରମ ପଛପଟ ପଡିଆରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.