ପ୍ରମୂଖ ଖବର
  • ବେଲପାହାଡରେ ରାସନ କାର୍ଡ ବାଣ୍ଟିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
  • ||
  • ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ତାଳଦଣ୍ଡା କେନାଲର ଉଭୟପଟ ରାସ୍ତାରୁ ଉଚ୍ଛେଦ ଅଭିଯାନ ଆରମ୍ଭ
  • ||
  • ସିମୁଳିଆରେ ଚୋରଙ୍କ ଆତଙ୍କରାଜ, ଘର ଗ୍ରିଲ କାଟି କଳାକନା ବୁଲାଇଲେ ଦୁର୍ବୃତ୍ତ
  • ||
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | May 18, 2025 12:30 PM

ଫୁଲବାଣୀ,୧୮/୦୫: ମାଷ୍ଟରପଡା ତୋଟାସାହିରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ସୁଶାନ୍ତ କୁମାର ପଣ୍ଡାଙ୍କ ପୁଅ ସିଦ୍ଧାର୍ଥ ଶଙ୍କର ପଣ୍ଡା(୨୮) ବୋଲି ଜଣାପଡିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କନ୍ଧମାଳ ଜିଲ୍ଲା ମାଷ୍ଟରପଡା ତୋଟାସାହିରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ସକାଳେ ସିଦ୍ଧାର୍ଥ ନିଜ ଶୋଇବା ଘର ଫ୍ୟାନ୍‌ରେ ବେକରେ ଦଉଡି ଦେଇ ଝୁଲୁଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇବା ପରେ ଟାଉନ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଟାଉନ ଥାନା ସୂତ୍ରରୁ ଜଣାପଡ଼ିଛି । ତେବେ ସିଦ୍ଧାର୍ଥଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣା ପଡି ନଥିବା ବେଳେ ସେ ଚାକିରି ସମସ୍ୟା ନେଇ ଚିନ୍ତାରେ ଥିବା କୁହାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.