ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ଇବ ନଦୀରେ ଭାସିଗଲେ ଦୁଇ ଯୁବକ; ମାୟାବାହାଲ ଡଙ୍ଗାଘାଟରୁ ମୃତଦେହ ଉଦ୍ଧାର

Published By : Harapriya Sethi | August 1, 2025 11:22 AM

ବାଲିଶଙ୍କରା,୦୧/୦୮: ସୁନ୍ଦରଗଡ଼ ଜିଲ୍ଲା କନାକୁଣ୍ଡ ନିକଟରେ ଇବ ନଦୀରେ ଭାସି ଯାଇଥିଲେ ଯୁବକ । ପ୍ରାୟ ୪୦ ଘଣ୍ଟା ଖୋଜାଖୋଜି ପରେ ଯୁବକଙ୍କ ମୃତଦେହ ମାୟାବାହାଲ ଡଙ୍ଗାଘାଟ ନିକଟରୁ ଉଦ୍ଧାର କରାଯାଇଛି ।

ସୂଚନା ମୁତାବକ, ଗତ ବୁଧବାର ଦିନ ସମ୍ବଲପୁର ଜିଲ୍ଲା ବାମଡ଼ା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଅଞ୍ଚଳରୁ ୩ଜଣ ଯୁବକ ଇବ୍ ନଦୀର କନାକୁଣ୍ଡକୁ ବୁଲିବା ପାଇଁ ଆସିଥିଲେ। ସେଠାରେ ଇବ ନଦୀରେ ଗାଧୋଉଥିବା ବେଳେ ହଠାତ୍ ୨ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ୪୦ ଘଣ୍ଟା ପରେ ମାୟାବାହାଲ ଡୁଙ୍ଗାଘାଟ ଠାରୁ ଉଦ୍ଧାର ହୋଇଛି । ଅନ୍ୟ ଜଣଙ୍କ ମୃତଦେହ ପ୍ରାୟ ୪୪ ଘଣ୍ଟା ପରେ କୁକୁରିଡିହି ବ୍ରିଜ ନିକଟରୁ ମିଳିଛି।

ଉଦ୍ଧାର କାର୍ଯ୍ୟରେ ବାଲିଶଙ୍କରା ଓ ସବଡେଗା ଅଗ୍ନିଶମ ବିଭାଗ ମିଳିତ ଭାବେ ଚେଷ୍ଟା କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇ ତଳସରା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ସୁନ୍ଦରଗଡ଼ ଜିଲ୍ଲା ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଶବ ବ୍ୟବଛେଦ ପାଇଁ ବ୍ୟବସ୍ଥା କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.