ପ୍ରମୂଖ ଖବର
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ, ସାଇଣ୍ଟିଫିକ ଟିମର ତଦନ୍ତ...

Published By : Prameya | March 24, 2025 7:55 PM

ମାଲକାନଗିରି/ମାଥିଲି, ୨୪/୩ ଜଙ୍ଗଲ ମଧ୍ୟରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ ହୋଇଛି । ସୂଚନା ଯୋଗ୍ୟ ଯେ ମାଲକାନଗିରି ଜିଲ୍ଲା ମାଥିଲି ଥାନାସ୍ଥ ସାଲିମି ପଂଚାୟତ ଅନ୍ତର୍ଗତ ନୂଆଗୁଡା ଗ୍ରାମ ଜଙ୍ଗଲରେ ଜଣେ ଯୁବକ ରସି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତକ ଯୁବକ ହେଉଛନ୍ତି କିଆଙ୍ଗ ପଞ୍ଚାୟତ କଷିଗୁଡା ଗ୍ରାମର ଘନ ପୂଜାରୀ (୨୦) ବୋଲି ଜଣା ପଡ଼ିଛି । ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିବା କିଛି ଲୋକ ଏହା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ । ଗ୍ରାମବାସୀ ମାଥିଲି ଥାନାକୁ ଜଣାଇବା ପରେ ମାଥିଲି ଥାନା ଅଧିକାରୀ ଘଟଣା ସ୍ଥଳରେ ସଦଳବଳେ ପହଞ୍ଚିଥିଲେ । ପୋଲିସ ଶବ ଜବତ କରିବା ସହିତ ସାଇଣ୍ଟିଫିକ ଟିମକୁ ଜଣାଇଛି । ତଦନ୍ତ ପରେ ଶବ ବ୍ୟବଛେଦ ନିମନ୍ତେ ପଠାଯିବ ବୋଲି ପୋଲିସ କହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.