ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ନିଖୋଜ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

Published By : Prameya | May 12, 2025 10:20 PM

ନବରଙ୍ଗପୁର,୧୨।୫ ( ଆପ୍ର): ନବରଙ୍ଗପୁର ସହର ନିକଟ କେଶରୀଗୁଡା ଗାଁର ପୋଖରୀରୁ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ‌ହେଲେ‌ ଟୁନୁ ହରିଜନ ଭିଜନ (୩୮)। ତାଙ୍କ ଘର ନବରଙ୍ଗପୁର ସହର ଚାଉଁରିଆଗୁଡାରେ । 

ଦୁଇ  ଦିନ ତଳେ ଟୁନୁ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । କିନ୍ତୁ ଟୁନୁ କିଛି ନ କହି ଡାକ୍ତରଖାନାରୁ କେଉଁ ଆଡେ ଚାଲିଯାଇଥିଲେ । ପରେ ପରିବାର ପକ୍ଷରୁ ଟୁନୁଙ୍କୁ ବହୁତ ଖୋଜା ଖୋଜି କରିବା ପରେ ମଧ୍ୟ ନ ପାଇବାକୁ ଶେଷକୁ ନବରଙ୍ଗପୁର ଥାନାରେ ଏତଲା ଦେଇଥିଲେ । ସୋମବାର ସକାଳେ କେଶରୀଗୁଡା ଗାଁ ପୋଖରୀରେ ଏକ ମୃତଦେହ ଭାସୁଥୁବା ଗାଁ ଲୋକ ଦେଖି ପୁଲିସ୍ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଶବକୁ ଉଦ୍ଧାର କରି ପରିବାରଙ୍କୁ ହସ୍ତାନ୍ତର କରିଥିଲେ । ଏନେଇ ନବରଙ୍ଗପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.