ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପୂର୍ବ ଶତୃତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର

Published By : Harapriya Sethi | November 11, 2024 8:13 AM

ଜଳେଶ୍ୱର,୧୧/୧୧: ପୂର୍ବ ଶତୃତାକୁ କେନ୍ଦ୍ର କରି ଯୁବକକୁ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ବାଲିଆପାଳ ଥାନା ବଢାପାଳ ଗ୍ରାମର ରଶ୍ମି ରଞ୍ଜନ ବାରିକ ବୋଲି ଜଣାପଡ଼ିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବଢାପାଳ ଗ୍ରାମର ରଶ୍ମି ରଞ୍ଜନ ବାରିକ ରବିବାର ରାତି ୮ଟା ସମୟରେ ବାଲିଆପାଳର ସିମୁଳିଆ ବଜାରରେ ଛିଡା ହୋଇଥିଲେ । ଏହି ସମୟରେ ୩ ଜଣ ଯୁବକ ଏକ ବାଇକରେ ବିଭିନ୍ନ ମାରଣାସ୍ତ୍ର ଏବଂ ବିୟର ବୋତଲରେ ରଶ୍ମି ରଞ୍ଜନକୁ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ରଶ୍ମି ରଞ୍ଜନ ଗୁରୁତର ହୋଇଥିଲେ । ଏହା ଦେଖି ସଙ୍ଗେ ସଙ୍ଗେ ନିକଟସ୍ଥ ଦୋକାନୀ ଏବଂ ସ୍ଥାନୀୟ ଲୋକେ ପହଞ୍ଚି ଯିବାରୁ ଉକ୍ତ ଯୁବକ ମାନେ ସେଠାରୁ ଚମ୍ପଟ ମାରିଥିଲେ । ଗୁରୁତର ରଶ୍ମି ରଞ୍ଜନକୁ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ସ୍ଥାନୀୟ ଲୋକେ । ଏହା ସହ ପୋଲିସକୁ ମଧ୍ୟ ଏହି ଘଟଣା ସମ୍ୱନ୍ଧରେ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଲିଆପାଳ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ଆକ୍ରମଣ କରାଯାଇଥିବା ଜଣାପଡ଼ିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.