ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

Published By : Suraj Kumar | October 21, 2024 7:17 PM

ଭୁବନେଶ୍ୱର,୨୧।୧୦ :   ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । 

 ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ।   ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.