ପ୍ରମୂଖ ଖବର
  • କାମାକ୍ଷାନଗର : ବାଇକ ଉପରେ ମାଡିଗଲା ବସ , ୩ ମୃତ
  • ||
  • ୭୮ ବାଂଲାଦେଶୀଙ୍କୁ ଧରିଲା କୋଷ୍ଟଗାର୍ଡ, ୨ଟି ବୋଟ୍ ଜବତ
  • ||
  • ମାଲକାନଗିରି- ଆନ୍ଧ୍ର ସୀମାନ୍ତରେ ଲାଲ୍‌ବାହିନୀଙ୍କ ଲଙ୍କାକାଣ୍ଡ, ଯାତ୍ରୀବାହୀ କାର୍‌କୁ ଜାଳିଦେଲେ
  • ||
  • ବଲାଙ୍ଗୀର: ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିବା ସନ୍ଦେହ
  • ||
  • ବାଙ୍ଗିରିପୋଷି: ମର୍ଣିଂ ୱାକ କରୁଥିବା ବେଳେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଶିକ୍ଷୟତ୍ରୀ ମୃତ
  • ||
  • କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ, ବିଳମ୍ବିତ ରାତିରେ ୯୨ ବର୍ଷରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||
  • ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ରତ୍ନଭଣ୍ଡାର ମରାମତି, ଗଣତିମଣତି ଏବଂ ପହିଲି ଭୋଗ ନୀତି ନିର୍ଘଣ୍ଟ ହେବ
  • ||
  • କୁର୍ଲାରେ ଭୟଙ୍କର ସଡକ ଦୁର୍ଘଟଣା, ବ୍ରେକ ଫେଲ ହୋଇ ୩୦ ଗାଡି ଉପରେ ମାଡିଗଲା ବସ୍ ୪ ମୃତ, ୨୬ ଆହତ
  • ||
  • କାଲୁଆ କଲା କୋହଲା ପାଗ; ରାଜଧାନୀ ସମେତ ଅଧିକାଂଶ ସ୍ଥାନରେ ବର୍ଷା, ଆସନ୍ତା ୫ ଦିନ କୋହଲା ରହିବ ପାଗ
  • ||

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା; ମାଣ୍ଡିପଙ୍କା ଗାଁରେ ସୋଲାର ଜଳଯୋଗାଣ ସହ ରାସ୍ତା କାମ ଆରମ୍ଭ

Published By : Prameya | November 13, 2024 7:20 PM

ଦାରିଙ୍ଗବାଡି,୧୩/୧୧ : ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇଥିଲେ । ଏହି ଘଟଣାକୁ ନେଇ ସରକାରଙ୍କୁ ବିରୋଧୀ ଘେରିଥିବାବେଳେ ଗାଁରେ ଅନେକ ସମସ୍ୟା ଦେଖିବାକୁ ମିଳିଥିଲା। 

କନ୍ଧମାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଉକ୍ତ ଗାଁକୁ ଗସ୍ତ କରିଥିବାବେଳେ ଗାଁର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବା ନେଇ ପ୍ରତିଶ୍ରୁତି ଦେଇଥିଲେ । ପ୍ରଥମ ପର୍ଯ୍ୟାୟରେ ସାଢେ ୪ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସୋଲାର ଜଳ ପ୍ରକଳ୍ପ କାମ ଆରମ୍ଭ କରି ଖୁବଶୀଘ୍ର କାର୍ଯ୍ୟ ଶେଷ କରି ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ଆରମ୍ଭ କରିଛି ବ୍ଲକ ପ୍ରଶାସନ ।

ଅନ୍ୟପଟେ ୨ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଫେବର ବ୍ଲକ ରାସ୍ତା କାମ ମଧ୍ୟ ଆରମ୍ଭ ହୋଇଛି । ବିଡିଓ ପ୍ରୀତି ରଞ୍ଜନ ରଥଙ୍କ ତତ୍ୱାବଧାନ କ୍ରମେ କାର୍ଯ୍ୟ ହେଉଥିବାବେଳେ ବିଡିଓ ପ୍ରତ୍ୟେକ ଦିନ କାର୍ଯ୍ୟର ତଦାରଖ ମଧ୍ୟ କରୁଥିବା ଦେଖିବାକୁ ମିଳିଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.