ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୫୦ ହାତୀ ମୃତ୍ୟୁର ହେବ ତଦନ୍ତ , ନିର୍ଦ୍ଦେଶ ଦେଲେ ଜଙ୍ଗଲ ମନ୍ତ୍ରୀ

Published By : Suraj Kumar | November 3, 2024 9:54 PM

ଭୁବନେଶ୍ୱର, ୩।୧୧ : ୨୦୨୪ ଆରମ୍ଭରୁ ଏ ପର୍ଯ୍ୟନ୍ତ ଘଟିଥିବା ଅସ୍ୱାଭାବିକ ହାତୀ ମୃତ୍ୟୁର ତଦନ୍ତ ହେବ।  ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ନିର୍ଦ୍ଦେଶ ଦେଇଛନ୍ତି ।

ଚଳିତ ବର୍ଷ ଆରମ୍ଭରୁ ରାଜ୍ୟରେ ପ୍ରାୟ ୫୦ଟି ହାତୀ ମୃତ୍ୟୁ ଘଟଣା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇଛି । ଏହା ଅତ୍ୟନ୍ତ ଉଦ୍‌ବେଗଜନକ । ଅସ୍ୱାଭାବିକ ହାତୀ ମୃତ୍ୟୁ ରୋକିବା ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ଗ୍ରହଣ କରୁଛନ୍ତି । ଗଜସାଥୀ ମୁତୟନ, ରାପିଡ଼୍‌ ଆକ୍ସନ୍‌ ଟିମ୍‌ ବ୍ୟବସ୍ଥା ଆଦି ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ସାଙ୍ଗକୁ ମଧ୍ୟ ଜଙ୍ଗଲ ବିଭାଗ ଅଧିକାରୀମାନଙ୍କ ଦକ୍ଷତା ଓ ଆନ୍ତରିକତା ଏବଂ କାର୍ଯ୍ୟକୁଶଳତାର ଅଧିକ ଆବଶ୍ୟକତା ଅନୁଭୂତ ହେଉଛି ।

ସୁରକ୍ଷିତ ପରିବେଶରେ ବାସ କରିବା ବନ୍ୟଜନ୍ତୁମାନଙ୍କ ଅଧିକାର । ସେମାନଙ୍କୁ ଆଇନଗତ ସୁରକ୍ଷା ମଧ୍ୟ ପ୍ରଦାନ କରାଯାଇଛି । ସେମାନଙ୍କ ନିରାପତ୍ତା ନିଶ୍ଚିତ କରାଯିବା ନିମନ୍ତେ ଉପଯୁକ୍ତ ସତର୍କତାମୂଳକ ପଦକ୍ଷେପ ନିଆଯିବା ସର୍ବଥା ଜରୁରୀ । ବନ ବିଭାଗ ଅଧିକାରୀମାନେ ଏଥି ନିମନ୍ତେ ଉତ୍ତରଦାୟୀ ହେବା ଆବଶ୍ୟକ । କୌଣସି ମତେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ ସତର୍କ କରାଇଦେଇଛନ୍ତି ।

୨୦୨୪ ଆରମ୍ଭରୁ ଏ ଯାବତ୍‌ ଘଟିଥିବା ଅସ୍ୱାଭାବିକ ହାତୀ ମୃତ୍ୟୁ ଘଟଣାଗୁଡ଼ିକୁ ବନଖଣ୍ଡୱାରୀ ପ୍ରସ୍ତୁତ କରାଯାଇ ପୁଙ୍ଖାନୁପୁଙ୍ଗ ତଦନ୍ତ କରାଯିବ । ଦୋଷୀ ବ୍ୟକ୍ତିବିଶେଷ ଓ ଅବହେଳା ପ୍ରଦର୍ଶନ କରିଥିବା ବନ ବିଭାଗ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେ ବାବଦରେ ଜଙ୍ଗଲ ମନ୍ତ୍ରୀଙ୍କୁ ଏକ ମାସ ମଧ୍ୟରେ ଜଣାଇବା ପାଇଁ ମନ୍ତ୍ରୀ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.