ପ୍ରମୂଖ ଖବର
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ପୋଖରୀରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ

Published By : Harapriya Sethi | October 2, 2024 1:07 PM

ବଡବିଲ,୦୨/୧୦:ପୋଖରୀରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ । ମୃତକ ଯୁଗୁଡ଼ିଦର ଗାଁର ୫୮ ବର୍ଷୀୟ ମହେନ୍ଦ୍ର ଲାଗୁରୀ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଯୁଗୁଡ଼ିଦର ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମହେନ୍ଦ୍ର ଲାଗୁରୀ ମଙ୍ଗଳବାର ସନ୍ଧ୍ୟାରେ ନିକଟସ୍ଥ ହାଟରୁ ଫେରିବା ପରେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ତେବେ ସେ ଗାଧୋଇବା ସମୟରେ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ । ବୁଧବାର ସକାଳୁ ତାଙ୍କ ମୃତଦେହ ଭାସୁଥିବାର ଲୋକେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା ଅଗ୍ନିଶମ ବାହିନୀ । ପରେ ଏନେଇ ମୃତକଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା ପୋଲିସ । ଖବର ପାଇ ପରିବାର ଲୋକେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ । ତେବେ ପରିବାର ଲୋକଙ୍କ କହିବା କଥା ମହେନ୍ଦ୍ର ପହଁରା ଜାଣି ନ ଥିଲେ । ତେଣୁ ଏନେଇ ଯୋଡ଼ା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.