ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଟିଟିଲାଗଡ଼ ମେଡିକାଲରେ ଉତ୍ତେଜନା

ଟିଟଲାଗଡ଼, ୦୮/୦୨ : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଟିଟିଲାଗଡ଼ ମେଡିକାଲର ଶିଶୁ ଓ ମାତୃ ବିଭାଗରେ ପ୍ରସୂତି ମହିଳାଙ୍କ ମୃତ୍ୟୁ ହୋଇଛି । ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି। 

ସୂଚନାନୁଯାୟୀ, ଟିଟିଲାଗଡ଼ ବ୍ଲକ ସିହିନି ଗାଁର ବିନୋଦିନୀ ଛତର (୨୫ ବର୍ଷ) ଟିଟିଲାଗଡ଼ ମେଡିକାଲର ଶିଶୁ ଓ ମାତୃ ବିଭାଗରେ ଭର୍ତ୍ତି ହୋଇଥିଲେ। ତାଙ୍କର ମୃତ୍ୟୁ ଘଟିଛି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି । ମାଜିଷ୍ଟ୍ରେଟ ଦାୟିତ୍ବରେ ଥିବା ଅତିରିକ୍ତ ତହସିଲଦାର, ଟିଟିଲାଗଡ SDPOଙ୍କ ସମେତ ଥାନା ଅଧିକାରୀ ଓ ବ୍ଯାପକ ମାତ୍ରାରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଶବ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.