PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଟିଏମରେ ଟଙ୍କା ଭରିବା ନେଇ ଗାଡିରେ ଯାଉଥିବା ବେଳେ ୫୭ ଲକ୍ଷ ଟଙ୍କା ଧରି ଡ୍ରାଇଭର ଫେରାର
  • ||
  • ମୃତ ବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ଘଟଣାରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ନିଲମ୍ବିତ
  • ||
  • କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର ଆବ୍ବାସ ନକଭି
  • ||
  • ଯାତ୍ରା ଅଭିନେତା ଦୈତାରୀ ପଣ୍ଡାଙ୍କ ନାଁରେ ରାଜଧାନୀ ମିଡ଼ିଆ ହାଉସ୍ ସିଇଓ ଥାନାରେ କଲେ ଅଭିଯୋଗ , ଯାତ୍ରା ରାଜିନାମା ଅଗ୍ରୀମ ଟଙ୍କା ଫେରସ୍ତ ନକରିବାରୁ ବାଲେଶ୍ୱର ଜିଲ୍ଲା ଔପଦା ଥାନାରେ ରୁଜୁ ହୋଇଛି ମାମଲା, ପାର୍ବତୀ ଗଣନାଟ୍ୟ ଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ ଅଗ୍ରୀମ
  • ||
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

କାର୍ଯ୍ୟରେ ବାଧା ସୃଷ୍ଟି କରିଲେ ତାହାର ପରିଣାମ ଭୋଗିବାକୁ ପଡ଼ିବ ବୋଲି ମମତାଙ୍କୁ ଚେତାବନୀ ଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧ ।୬(ଏଜେନ୍ସି): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀଙ୍କୁ ଆଜି କେନ୍ଦ୍ରର ନୂଆ ମହିଳା ଓ ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ଚେତାବନୀ ଦେଇଛନ୍ତି । କହିଛନ୍ତି ରାଜ୍ୟରେ ଯଦି ମମତା କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣ ମୂଳକ ପ୍ରକଳ୍ପର କାର୍ଯ୍ୟରେ ବାଧା ସୃଷ୍ଟି କରନ୍ତି ତେବେ ତାହାର ପରିଣତି ସେ ଭୋଗିବେ ।

କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଦେବଶ୍ରୀ କହିଛନ୍ତି ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ସେ ଚାହାନ୍ତି । ଦେଶର ଅନ୍ୟାନ୍ୟ ଭାଗ ଭଳି ରାଜ୍ୟରେ କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ କରାଯିବା କ୍ଷେତ୍ରରେ ଯେଭଳି କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ଯଦି ରାଜ୍ୟ ସରକାର କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ ହେବା କ୍ଷେତ୍ରରେ ବାଧା ଦିଅନ୍ତି ତେବେ ରାଜ୍ୟବାସୀ ସେହି ବାଧାକୁ ହଟାଇବେ । ସେ କହିଛନ୍ତି ମହିଳା ସଶକ୍ତୀକରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ସରକାର ଅଗ୍ରାଧିକାର ଦେଉଛନ୍ତି । ପୂର୍ବର ଏନ୍‌ଡିଏ ସରକାର ମଧ୍ୟ ମହିଳାଙ୍କ ଲାଗି ବହୁବିଧ ଯୋଜନା କାର୍ଯ୍ୟକାରୀ କରିଥିଲେ । ଆଗକୁ ତାଙ୍କ ପାଇଁ ବହୁ ଚାଲେଞ୍ଜ ଆସିିବ ବୋଲି ସେ ସ୍ୱୀକାର କରିଛନ୍ତି । ତଥାପି ସେ ଯଥାସମ୍ଭବ ସେହି ଚାଲେଞ୍ଜର ମୁକାବିଲା କରିପାରିବେ ବୋଲି ଦୃଢ଼ ବିଶ୍ୱାସ ଥିବା କହିଛନ୍ତି ।

ଦେବଶ୍ରୀ ପଶ୍ଚିମବଙ୍ଗର ରାଇଗଞ୍ଜ ଲୋକସଭା ଆସନରୁ ନିର୍ବାଚିତ ହୋଇ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି । ସେହିଭଳି ପଶ୍ଚିମବଙ୍ଗର ଆସନସୋଲ ଆସନରୁ ନିର୍ବାଚିତ ବାବୁଲ ସୁପ୍ରିୟୋ ମଧ୍ୟ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ସ୍ଥାନ ପାଇଛନ୍ତି ।

ସମ୍ବନ୍ଧିତ ଖବର