ଭୁବନେଶ୍ବର, ୨୨/୧୦ : ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇପାରିବେ।

ଏହି ୧୨ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ।  ସୂଚନାଯୋଗ୍ୟ ଯେ, ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।