ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଡେରାଡୁନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଡିଭାଇଡରକୁ ପିଟିଲା ବାଇକ୍, ୩ ମୃତ

Published By : Anindita Ratha | April 3, 2025 3:13 PM

ନୂଆଦିଲ୍ଲୀ, ୦୩/୦୪:  ଡେରାଡୁନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଡିଭାଇଡରକୁ ପିଟିଲା ବାଇକ୍ । ଫଳରେ ତିନି ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଅଗ୍ନିବୀର ସେନାରେ ସାମିଲ ଥିବା ଜଣାପଡ଼ିଛି। 

ସୂଚନା ମୁତାବକ,  ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ଟା ୧୫ ମିନିଟ୍ ସମୟରେ ତିନି ଜଣ ଯୁବକ ଏକ ବାଇକ୍ ଯୋଗେ ରାଜପୁରରୁ ଘଣ୍ଟାଘର ଅଭିମୁଖେ ଯାଉଥିଲେ ।  ସେହି ସମୟରେ ସିଲଭର ସିଟି ନିକଟରେ ବାଇକ୍‌ଟି ନିୟନ୍ତ୍ରଣ ହରାଇ ଡିଭାଇଡର୍‌ରେ ପିଟି ହୋଇଥିଲା। ୟାହା ଫଳରେ ରାସ୍ତାକୁ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକ ଗୁରୁତର ଆହତ ହୋଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଆହତମାନଙ୍କୁ ହସ୍ପିଟାଲକୁ ନେଇଯାଇଥିଲା। ହେଲେ ସେଠାରେ ଚିକିତ୍ସା ସମୟରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା। 

ଏହା ମଧ୍ୟ ପଢନ୍ତୁ- EPFO ସଦସ୍ୟଙ୍କ ପାଇଁ ଆସିଲା ଖୁସି ଖବର,ସହଜ ହେଲା କ୍ଲେମ୍ ସେଟେଲମେଣ୍ଟ ପ୍ରକ୍ରିୟା

ଏହି ଦୁର୍ଘଟଣା ଯୋଗୁଁ ତିନି ଜଣଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି। ପୋଲିସ ତଦନ୍ତରୁ ଜଣାପଡିଛି ଯେ, ଦୁର୍ଘଟଣାର ମୁଖ୍ୟ କାରଣ ହେଉଛି ଦ୍ରୁତ ଗତି ଏବଂ ବାଇକ୍‌ର ଭାରସାମ୍ୟ ହରାଇବା। ଏହା ମଧ୍ୟ ଆଶଙ୍କା କରାଯାଉଛି ଯେ ବାଇକ୍ ଆରୋହୀମାନେ ହେଲମେଟ୍ ପିନ୍ଧି ନଥିଲେ, ଯାହା ଫଳରେ ମୁଣ୍ଡରେ ଗମ୍ଭୀର ଆଘାତ ଲାଗିଥିଲା। ପୋଲିସ ଏହି ଦୁର୍ଘଟଣାର ତଦନ୍ତ ଜାରି ରଖିଛି। 


 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.