ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦିଲ୍ଲୀକୁ ୨୦୫ ରନ୍‌ର ଟାର୍ଗେଟ ଦେଲା କୋଲକାତା; ଅନ୍ତିମ ଓଭରରେ ହ୍ୟାଟ୍ରିକ ଓ୍ବିକେଟ ନେଲେ ଷ୍ଟାର୍କ

Published By : Soubhagya Ranjan | April 29, 2025 9:36 PM

Image source: Cricbuzz

ନୂଆଦିଲ୍ଲୀ,୨୯/୦୪: ଆଇପିଏଲ୍‌ ୨୦୨୫ର ୪୮ ତମ ମ୍ୟାଚ୍‌ ନୂଆଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଛି। ଲାଗୁଥିଲା ଯେ କେକେଆର୍ ଆଜି ୨୨୫ ରୁ ଅଧିକ ସ୍କୋର କରିବ, କିନ୍ତୁ ଶେଷ ଓଭରରେ ଦିଲ୍ଲୀ ଏକ ଦମଦାର ପ୍ରଦର୍ଶନ କରିଥିଲା। ପାୱାର ପ୍ଲେରେ ୭୬ ରନ୍ ସଂଗ୍ରହ କରିଥିବା କୋଲକାତା ନାଇଟ୍ ରାଇଡର୍ସ ୨୦ ଓଭରରେ ୯ ୱିକେଟ୍ ହରାଇ ୨୦୪ ରନ୍ ସ୍କୋର କରିପାରିଛି। 

କେକେଆର ପକ୍ଷରୁ ଗୁରୁବାଜ ୧୨ ବଲରେ ୨୬ ରନ୍, ସୁନୀଲ ନାରିନ ୧୬ ବଲ୍‌ରେ ୨୭ ରନ ଏବଂ ଅଜିଙ୍କ୍ୟ ରାହାଣେ ୧୪ ବଲରେ ୨୬ ରନ ସ୍କୋର କରିଥିଲେ। ଭେଙ୍କଟେଶ ଆୟର୍ ମାତ୍ର ସାତ ରନ୍ ସ୍କୋର କରିଥିଲେ। ପ୍ରଥମ ୯ ଓଭରରେ କେକେଆରର ସ୍କୋର ୧୧୧ ରନ୍ ଥିଲା। ତେବେ ଅନ୍ତିମ ୧୧ ଓଭରରେ କେବଳ ୯୩ ରନ୍ କରିଥିଲା କେକେଆର୍। ରିଙ୍କୁ ସିଂ ୨୫ ବଲରେ ୩୬ ରନ୍ ଏବଂ ଅଙ୍ଗକ୍ରିଶ ରଘୁବଂଶୀ ୩୨ ବଲରେ ୪୪ ରନ୍ ସଂଗ୍ରହ କରିଥିଲେ। ମିଚେଲ ଷ୍ଟାର୍କ ଦିଲ୍ଲୀ ପକ୍ଷରୁ ୩ଟି ୱିକେଟ୍ ନେଇଥିବା ବେଳେ ବିପରାଜ ନିଗମ ଏବଂ ଅକ୍ଷର ପଟେଲ ଦୁଇଟି ଲେଖାଏଁ ୱିକେଟ୍ ନେଇଥିଲେ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.