ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁଣି ଦିଲ୍ଲୀରେ ଅଘଟଣ, ବିଲ୍ଡିଂରେ ନିଆଁ ଲାଗି ୩ ମୃତ

ନୂଆଦିଲ୍ଲୀ,୨୬/୫: ପୁଣି ରାଜଧାନୀ ଦିଲ୍ଲୀରେ ଆଉ ଏକ  ଅଘଟଣ ଘଟିଛି। ବିବେକ ବିହାର ପରେ କୃଷ୍ଣାରେ ନଗରର ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ। ନିଆଁରେ ପୋଡି ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି ।  ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ମୁତାବକ,  କୃଷ୍ଣା ନଗରର ବ୍ୟାଙ୍କ ଅଫ ଇଣ୍ଡିଆ ନିକଟରେ ଥିବା ଏକ ବିଲ୍ଡିଂରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଯେଉଁଥିରେ ପୋଡି ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଛି।   ଏନେଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଏଥିରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ମେକ୍ସ ହସ୍ପିଟାଲକୁ ପଠାଇ ଦିଆଯାଇଛି । ତେବେ ମୃତକମାନେ ପ୍ରମିଳା ଶାଦ,  କେଶବ ଶର୍ମା ଓ ଅଞ୍ଜୁ ଶର୍ମା ବୋଲି ଜଣାପଡିଛି । ସେହିପରି ଏହା ପୂର୍ବରୁ ବିବେକ ବିହାରର ଚାଇଲ୍ଡ କେୟାର ୟୁନିଟରେ ନିଆଁ ଲାଗିଥିବା ସୂଚନା ମିଳିଛି। 





  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.