ପ୍ରମୁଖ ଖବର
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଦିଲ୍ଲୀ ନଜଫଗଡର ଏକ ସେଲୁନରେ ଆଖିବୁଜା ଗୁଳିମାଡ, ୨ ମୃତ…

ନୂଆଦିଲ୍ଲୀ: ଦିଲ୍ଲୀର ନଜଫଗଡର ଏକ ସେଲୁନରେ ଆଖିବୁଜା ଗୁଳିମାଡ ହୋଇଛି । ଏହି ଗୁଳିମାଡରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ନାମ ସୋନୁ ଏବଂ ଆଶିଷ ବୋଲି କୁହାଯାଇଛି । ପୋଲିସ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛନ୍ତି । 

ସେଲୁନ୍ ଭିତରେ ଗୁଳି ବିନିମୟ କିପରି ଘଟିଲା ପୋଲିସ ଏହାର ତଦନ୍ତ ଚଳାଇଛି । ସଂପୃକ୍ତ ଅଞ୍ଚଳରେ ଏକ ଆଲୋଡ଼ନ ସୃଷ୍ଟି କରିଛି। ଲୋକମାନେ ଗୁଳିର ଶବ୍ଦ ଶୁଣିବା ମାତ୍ରେ ସେଲୁନ୍ ନିକଟରେ ଏକାଠି ହୋଇଥିଲେ । ଭିତର ଅଂଶ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ସେଲୁନର ଚାରିପାଖରେ ରକ୍ତ ଛିଟା ପଡି ରହିଥିଲା । 

 ଏହାପୂର୍ବରୁ, ଅକ୍ଟୋବର ୨୪ ରେ ମଧ୍ୟ ଏକ ଘଟଣା ଘଟିଥିଲା । ଅଭିଯୁକ୍ତ ମାନେ ଦିଲ୍ଲୀର ଜୟତପୁର ଅଞ୍ଚଳରେ ୨୪ ବର୍ଷ ବୟସ୍କା ମହିଳାଙ୍କୁ ତାଙ୍କ ଘରେ ଗୁଳି କରି ହତ୍ୟା କରିଥିଲେ । ଦୁଇଜଣ ପୁରୁଷ ମହିଳାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.