ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦିଲ୍ଲୀର ଏକ ଚାରି ମହଲା କୋଠାରେ ନିଆଁ, ୩ ମୃତ, ୧୦ ଆହତ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର କୃଷ୍ଣ ନଗର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏଥି ସହ ୧୦ ଜଣ ଆହତ ହୋଇଛନ୍ତି । ସୂଚନା ମୁତାବକ ଚାରି ମହଲା କୋଠାର ପାର୍କିଂ ସ୍ଥାନରେ ପାର୍କିଂ ହୋଇଥିବା ବାଇକରେ ନିଆଁ ଲାଗିଯାଇଥିଲା । ଆଉ ଏହା ପରେ କୋଠାର ପ୍ରଥମ ମହଲାରେ ନିଆଁ ବ୍ୟାପିଗଲା ଏବଂ ପରେ ପୁରା ଘରକୁ ଜଳିଗଲା। 

ଦିଲ୍ଲୀ ପୋଲିସର ସୂଚନାନୁସାରେ, ଏହି ଦୁର୍ଘଟଣା ଶନିବାର ବିଳମ୍ବିତ ରାତିରେ ଘଟିଛି । କୃଷ୍ଣ ନଗର ବ୍ୟାଙ୍କ ଅଫ୍ ଇଣ୍ଡିଆ ନିକଟ ଛକ କୋଠାରେ ଘଟିଛି । ନିଆଁ ଏତେ ଭୟଙ୍କର ଥିଲା ଯେ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। କୋଠାରୁ ନିଆଁ ଓ ଧୂଆଁ ଉଠୁଥିବା ଦେଖି ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଗଲା ଏବଂ ଲୋକମାନେ ଭୟଭୀତ ହୋଇଥିଲେ । ଏହି ଦୁର୍ଘଟଣାରେ ଜଳିଯିବା କାରଣରୁ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିବା ଅଗ୍ନିଶମ ବାହିନୀ ଦଳ କୌଣସି ପ୍ରକାରେ ନିଆଁକୁ ନିୟନ୍ତ୍ରଣ କରିଥିଲେ। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.