ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ଶୀତ ଆସିବା ପୂର୍ବରୁ ଅଣନିଃଶ୍ବାସୀ ହୋଇଗଲାଣି ଦିଲ୍ଲୀ, AQI ୩୦୦ ପାର୍‌

Image Courtesy: timesofindia

ନୂଆଦିଲ୍ଲୀ: ଶୀତ ଋତୁ ଆସିବା ପୂର୍ବରୁ ଦିଲ୍ଲୀର ଅବସ୍ଥା ବେହାଲ ହେବାରେ ଲାଗିଛି । ରାଜଧାନୀ ଦିଲ୍ଲୀରେ ବାୟୁର ଗୁଣବତ୍ତା ଖରାପ ହୋଇଛି । ଏୟାର କ୍ବାଲିଟି ଇଣ୍ଡେକ୍ସ ୩୦୦ ଉପରକୁ ଯାଇଥିବା ବେଳେ ବାୟୁର ମାନ ‘ଅତି ଖରାପ’ ସ୍ତରକୁ ଚାଲିଯାଇଛି । ଶୀତ ଋତୁରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚରମରେ ପହଞ୍ଚିଯାଏ । ଏଥିପାଇଁ ଦିଲ୍ଲୀବାସୀ ପ୍ରସ୍ତୁତି କରୁଥିବା ବେଳେ ହଠାତ ଆଜି ଦିଲ୍ଲୀର ଏକ୍ୟୁଆଇ ୩୦୦ ଟପିଯିବା ପରେ ଚିନ୍ତା ପ୍ରକାଶ ପାଇଛି । 

ଏକ୍ୟୁଆଇ ୦-୫୦ ମଧ୍ୟରେ ରହିଲେ ବାୟୁର ମାନ ଭଲ ଥାଏ ବୋଲି ଧରାଯାଏ । ୫୧-୧୦୦ ରହିଲେ ବାୟୁର ମାନ ସନ୍ତୋଷଜନକ । ୩୦୧-୪୦୦ ଭିତରେ ଏକ୍ୟୁଆଇ ରହିଲେ ବାୟୁର ମାନ ଅତି ଖରାପ ସ୍ତରକୁ ଖସିଆସେ । ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ବାୟୁର ମାନ ଅତି ଖରାପ ସ୍ତରକୁ ଖସିଆସିଥିବା ଜଣାପଡ଼ିଛି । ଶୀତ ଋତୁରେ ଦିଲ୍ଲୀରେ ବାୟୁର ମାନ ଖରାପ ହେବା ପଛରେ ଅନେକ କାରଣ ରହିଛି । ଏହି ସମୟରେ ପଡ଼ୋଶୀ ରାଜ୍ୟରେ ନଡ଼ା ପୋଡ଼ି ଘଟଣା ମଧ୍ୟ ବୃଦ୍ଧି ପାଇଥାଏ । 

ଏହା ପୂର୍ବରୁ ଦିଲ୍ଲୀ ଏନସିଆରରେ ଗ୍ରେଡେଡ୍‌ ରେସପନ୍ସ ଆକ୍ସନ ପ୍ଲାନ (GRAP) ସଂଶୋଧନ କରାଯାଇଛି । ଏକ୍ୟୁଆଇ ୨୦୦ ଟପିବା ପରେ ଅନ୍ତରାଜ୍ୟ ବସ ଚଳାଚଳ ଉପରେ ବିଶେଷ ଧ୍ୟାନ ଦିଆଯାଉଛି । ବିଏସ-୩ ବସ୍‌ ବିଶେଷ କରି ଡିଜେଲ ଚାଳିତ ବସ୍‌ ଉପରେ ରୋକ ଲାଗିଛି । ଅନ୍ୟପଟେ, ପ୍ରଦୂଷିତ ବାୟୁ ସଂସ୍ପର୍ଶରେ ଆସିଲେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ । ତେଣୁ ବାହାରକୁ ଯିବା ସମୟରେ ମାସ୍କ ଲଗାଇବାକୁ ଲୋକମାନଙ୍କୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି ।  

 

  • delhi
  • new delhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.